ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ବିଜେଡିରେ ସାମିଲ ହେଲେ ଅଂଶୁମାନ

0

ଭୁବନେଶ୍ବର: କେନ୍ଦ୍ରାପଡ଼ା ରାଜନୀତିରେ ପରିବର୍ତ୍ତନ। କଂଗ୍ରେସ ଛାଡି ବିଜେଡିରେ ସାମିଲ ହେଲେ ଅଂଶୁମାନ ମହାନ୍ତି। ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନଳିନୀ ମହାନ୍ତିଙ୍କ ପୁଅ ଅଂଶୁମାନ ଦୁଇଦିନ ତଳେ କଂଗ୍ରେସ ଛାଡ଼ିଥିଲେ। ଆଜି ଶହ ଶହ ସମର୍ଥକଙ୍କ ସହ ଅଂଶୁମାନ ଏକ ବିରାଟ ରାଲିରେ ଶଙ୍ଖ ଭବନରେ ପହଞ୍ଚିଥିଲେ । ଏହାପରେ ସାଂସଦ ମାନସ ମଙ୍ଗରାଜ, ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଶକ୍ତିମନ୍ତ୍ରୀ ପ୍ରତାପ ଦେବ, ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ଯସାଚୀ ନାୟକ, ବିଧାୟକ ପ୍ରତାପ ଜେନା, ବିଧାୟକ ଧୃବଚରଣ ସାହୁଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଥିଲେ ।

ବିଜେଡିରେ ସାମିଲ ହେବା ନେଇ ଅଂଶୁମାନ କହିଛନ୍ତି, ‘ଆଜି ମୋ ପାଇଁ ଏକ ସୌଭାଗ୍ୟର ଦିନ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ମୁଁ ବିଜେଡିରେ ମିଶିଲେ । ତାଙ୍କ ସ୍ୱଚ୍ଛ, ନିର୍ମଳ ଓ ବିକାଶ ଧାରାରେ ମୁଁ ଅନୁପ୍ରାଣିତ ହୋଇ ରାଜନଗର ପରିବାର ସହ ବିଜେଡିରେ ସାମିଲ ହୋଇଛି । ରାଜନଗରର ବିକାଶ ଧାରାକୁ ଆଗେଇ ନେବା ସହ ବିଜେଡିକୁ ଆହୁରି ଶକ୍ତିଶାଳୀ କରିବାକୁ କାମ କରିବି ।’ ବିଜେଡିରେ ମିଶିବାର ସୁଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଅଂଶୁମାନ ।

ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି, ‘ଅଂଶୁମାନଙ୍କ ପରିବାର ସହ ସମସ୍ତଙ୍କ ପୁରୁଣା ସମ୍ପର୍କ ଥିଲା । ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଏହା କହିଥିଲେ । ମୁଖ୍ୟମନ୍ତ୍ରୀ ଏହାକୁ ଗ୍ରହଣ କଲେ । ଓଡ଼ିଶା ଯେପରି ସମୃଦ୍ଧ ହେଉଛି ଓ ରାଜନଗରର ଯେଉଁ ବିକାଶ ହୋଇଛି ତାହା ବିଧାୟକ ଧ୍ରୁବ ସାହୁ ଏବଂ ଅଂଶୁମାନ ଆଗକୁ ବଢ଼ାଇବେ । ନଳିନୀ ବାବୁଙ୍କର ବିଜୁ ପଟ୍ଟନାୟକଙ୍କ ସହ ସମ୍ପର୍କ ନିବିଡ଼ ଥିଲା । ସେ ୭ ଥର ବିଧାୟକ ଥିଲେ । ବିଜେଡି ଉପରେ ଯେଉଁମାନେ ଆସ୍ଥା ରଖି ଆସିଛନ୍ତି, ସମସ୍ତଙ୍କ ସମ୍ମାନ ଅତୁଟ ରହିବ ବୋଲି ମୁଖ୍ୟମନ୍ତ୍ରୀ ବାର୍ତ୍ତା ଦେଇଛନ୍ତି ।’

ବିଜେଡି ସାଂସଦ ମାନସ ମଙ୍ଗରାଜ କହିଛନ୍ତି, ‘ଆଜି ବିଜେଡିରେ ଯୋଗଦାନ କରିଛନ୍ତି ପୂର୍ବତନ ରାଜନଗର ବିଧାୟକ ଅଂଶୁମାନ ମହାନ୍ତି । ଦୁଇ ଦିନ ତଳେ ସେ କଂଗ୍ରେସ ଛାଡ଼ିଥିଲେ । ବିଜେଡିରେ ମିଶିବାକୁ ସେ କରିଥିବା ଆବେଦନକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ଅଂଶୁମାନଙ୍କ ସହ ହଜାରେରୁ ଊର୍ଦ୍ଧ୍ବ ସମର୍ଥକ ବିଜେଡିରେ ଯୋଗ ଦେଇଛନ୍ତି । ଏମାନଙ୍କ ମଧ୍ୟରେ ମୁଖ୍ୟତଃ ରାଜନଗର କଂଗ୍ରେସର ବିଭିନ୍ନ ପଦବୀରେ ଥିବା ନେତା ଓ ପଂଚାୟତ ପ୍ରତିନିଧି ଅଛନ୍ତି।

Leave A Reply

Your email address will not be published.