ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ନିର୍ବାଚନ ପ୍ରସ୍ତୁତି ନେଇ ରାଜୀବ କୁମାର କଣ କହିଲେ ?

0

ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଆମେ ସଂପୂର୍ଣ୍ଣ ପ୍ରସ୍ତୁତ ଅଛୁ। ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ସମୀକ୍ଷା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଶନିବାର ଏହା କହିଛନ୍ତି। ଭୁବନେଶ୍ବରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସିଇସି କହିଛନ୍ତି, ୨୦୨୪ ଲୋକସଭା ନିର୍ବାଚନ ଓ ବିଧାନସଭା ନିର୍ବାଚନକୁ ନିର୍ବିଘ୍ନରେ ପରିଚାଳନା କରିବା ପାଇଁ ଆମର ସମସ୍ତ ପ୍ରସ୍ତୁତି ପର୍ବ ସରିସାରିଛି।

ଭାରତୀୟ ନିର୍ବାଚନ କମିଶନ କହିଲେ ଆମେ ନିର୍ବାଚନ ପାଇଁ ପ୍ରସ୍ତୁତ । ସମୀକ୍ଷା ପରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ସୂଚନା । ଉଭୟ ଲୋକସଭା ଏବଂ ବିଧାନସଭା ନିର୍ବାଚନ ପାଇଁ ଆମେ ପ୍ରସ୍ତୁତ । ନିର୍ବାଚନ ପରିଚାଳନା ପାଇଁ ସମସ୍ତ ପ୍ରସ୍ତୁତି ପର୍ବ ସରିଯାଇଛି । ଭୋଟରଙ୍କୁ ଆହ୍ବାନ କଲେ ନିର୍ବାଚନ କମିଶନର

ସେ ଆହୁରି କହିଲେ ସମସ୍ତ ଭୋଟର ଆସନ୍ତୁ ଗଣତନ୍ତ୍ର ମହାପର୍ବରେ ସାମିଲ ହୁଅନ୍ତୁ । ଓଡ଼ିଶାରେ ମୋଟ୍ ୩ କୋଟି ୩୨ ଲକ୍ଷ ଭୋଟର ଭୋଟ୍ ଦେବେ । ମୋଟ୍ ୩୭, ୮୦୯ ବୁଥରେ ମତଦାନ ହେବ । ୨୨,୬୮୫ ଓ୍ବେବ କାଷ୍ଟି ହେବ । ୪ ହଜାର ବୁଥରେ କେବଳ ମହିଳା ଅଧିକାରୀ ନିୟୋଜିତ ହେବେ । କେଉଁଠି କିଛି ଗଡ଼ବଡ଼ ହେଲେ ଲୋକେ ନିର୍ବାଚନ କମିଶନଙ୍କୁ ଜଣାଇପାରିବେ । ନାମ ଗୋପନ ରଖି ନିର୍ବାଚନ କମିଶନଙ୍କୁ ଅଭିଯୋଗ କରିପାରିବେ । ନିର୍ବାଚନ ନେଇ ଜିଲ୍ଲାପାଳ, ଏସପିଙ୍କୁ  କଡ଼ା ନିର୍ଦ୍ଦେଶ । ସବୁ ରାଜନୈତିକ ଦଳ ପ୍ରତି ସମାନ ମନୋଭାବ ପୋଷଣ ପାଇଁ ନିର୍ଦ୍ଦେଶ । ନିରପେକ୍ଷ, ସ୍ବଚ୍ଛ ଏବଂ ସବୁ ରାଜନୈତିକ ଦଳର ଅଭିଯୋଗ ଶୁଣିବାକୁ ନିର୍ଦ୍ଦେଶ ।

Leave A Reply

Your email address will not be published.