ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ବଢ଼ିଲା ପାଚିକାଙ୍କ ପାରିଶ୍ରମିକ ରାଶି

0

ଭୁବନେଶ୍ବର: ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି ହୋଇଛି। ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି ରାଜ୍ଯ ସରକାର। ପାଚିକା ଓ ସହାୟିକା ମାନଙ୍କ ପାରିଶ୍ରମିକ ରାଶି ୧ ହଜାର ୪୦୦ ଟଙ୍କାରୁ ୨ ହଜାର ଟଙ୍କାକୁ ବୃଦ୍ଧି ହୋଇଛି। ଏହାଦ୍ୱାରା ରାଜ୍ୟର ମୋଟ ୫୫ ହଜାର ସ୍କୁଲରେ କାମ କରୁଥିବା ପାଚିକା ଓ ସହାୟିକା ଉପକୃତ ହେବେ। 

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସୂଚନା ଅନୁସାରେ, ମଧ୍ୟାହ୍ନଭୋଜନ ଯୋଜନାରେ ସ୍କୁଲରେ ନିୟୋଜିତ ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ ରାଶି ବୃଦ୍ଧି କରାଯାଇଛି। ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ ପରିମାଣ ୧୪୦୦ଟଙ୍କାରୁ ୨ହଜାର ଟଙ୍କାକୁ ବୃଦ୍ଧି ହୋଇଛି। ସେହିପରି ଯଦି କୌଣସି ପାଚିକା ଓ ସହାୟିକାଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁ ହୁଏ ସେମାନଙ୍କ ପରିବାର ସଦସ୍ୟଙ୍କୁ ୧ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ସରକାର ଯୋଗାଇ ଦେବେ। ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ପ୍ରାୟ ମୋଟ ୫୫ହଜାର ସ୍କୁଲରେ କାର୍ଯ୍ୟରତ ୧.୧୦ଲକ୍ଷ ପାଚିକା ଓ ସହାୟିକାମାନେ ଉପକୃତ ହେବେ। ଏହି ବର୍ଦ୍ଧିତ ପାରିଶ୍ରମିକ ପିଛିଲା ଭାବେ ୨୦୨୩ ଅକ୍ଟୋବର ମାସରୁ ଲାଗୁ ହେବ ।

Leave A Reply

Your email address will not be published.