ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

୬୬୦ କୋଟି ଟଙ୍କା କ୍ରୀଡ଼ା ଭିତ୍ତିଭୂମି ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅର୍ଥାତ ଶୁକ୍ରବାର ୬୬୦ କୋଟି ଟଙ୍କା କ୍ରୀଡ଼ା ଭିତ୍ତିଭୂମି ଉଦଘାଟନ କରିଛନ୍ତି। ଏଥିରେ ବିଶ୍ଵର ସର୍ବ ବୃହତ ହକି ଷ୍ଟାଡିୟମ ନିକଟରେ ନିର୍ମିତ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ସାମିଲ ରହିଛି। ମୁଖ୍ୟମନ୍ତ୍ରୀ ଏହାସହ ସୁନ୍ଦରଗଡ଼ ଜିଲ୍ଲାର ୧୦ଟି ସ୍ଥାନରେ ନିର୍ମିତ ହକି ପ୍ରଶିକ୍ଷଣ କେନ୍ଦ୍ର ଓ ବୀରମିତ୍ରପୁରରେ ନିର୍ମିତ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମର ଉଦଘାଟନ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ୬୬୦ କୋଟି ଟଙ୍କା ବ୍ୟୟ ଅଟକଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ମିତ ହୋଇଥିବା କ୍ରୀଡା ଭିତ୍ତିଭୂମିର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଉରକେଲା ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ସମ୍ପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ ରହିଛି। ଏଥିରେ ଟେବୁଲ୍ ଟେନିସ, ଜିମ, ଓ୍ବୈଟ ଲିଫଟିଂ, ଯୋଗ କକ୍ଷ, ବ୍ୟାୟମଶାଳା, ଜିମ୍ନାଷ୍ଟିକ ଉପକରଣ ଓ ଅତ୍ୟାଧୁନିକ ଶୌଚାଳୟ ସୁବିଧା ରହିଛି । ବିଶ୍ଵର ସର୍ବ ବୃହତ ହକି ଷ୍ଟାଡିୟମ ନିକଟରେ ନିର୍ମିତ ହୋଇଛି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ।

ରାଜ୍ୟରେ ୪୮ଟି ଇନଡୋର ଷ୍ଟାଡିୟମ ଓ ୧୨ଟି ହକି ପ୍ରଶିକ୍ଷଣ କେନ୍ଦ୍ରର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । କଟକ ଟେବୁଲ ଟେନିସ ଏକାଡେମୀ, ରାଉରକେଲା ଜିମ୍ନାଷ୍ଟିକ ଏକାଡେମୀ, ଭବାନୀପାଟଣା ବହୁମୁଖୀ ଇନଡୋର ହଲର  ଉଦଘାଟନ ସହ ଦେବଗଡ଼ରେ ହକି ପ୍ରଶିକ୍ଷଣ କେନ୍ଦ୍ର, କେନ୍ଦ୍ରାପଡ଼ା ଜିଲ୍ଲା ଆଳିରେ ମହିଳା ଫୁଟବଲ ପ୍ରଶିକ୍ଷଣ କେନ୍ଦ୍ର, ରେମୁଣା, ବାଲିଗୁଡ଼ା, କରଞ୍ଜିଆ ଓ ଟିଟିଲାଗଡ଼ରେ ବହୁମୁଖୀ ଇନଡୋର ଷ୍ଟାଡିୟମ, ଭଦ୍ରକରେ ଇନଡୋର ସୁଇମିଂ ପୁଲ୍ ଓ କଟକରେ ଫୁଟବଲ ପ୍ରଶିକ୍ଷଣ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.