ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ବରିଷ୍ଠ ଆଦିବାସୀ ନେତା ଚୈତନ୍ୟ ପ୍ରସାଦ ମାଝୀଙ୍କ ପରଲୋକ

0

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଆଦିବାସୀ ନେତା ଚୈତନ୍ୟ ପ୍ରସାଦ ମାଝୀଙ୍କର ଆଜି ଏଠାରେ ପରଲୋକ ହୋଇଯାଇଛି । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସକାଳ ୭ଟା ୧୦ ମିନିଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ୧୯୨୯ ମସିହା ନଭେମ୍ୱର ୧୯ ତାରିଖରେ ଜନ୍ମ ହୋଇଥିବା ଶ୍ରୀ ମାଝୀଙ୍କୁ ମୃତ୍ୟୁବେଳକୁ ୯୧ ବର୍ଷ ହୋଇଥିଲା । ଓଡ଼ିଶା ଲୋକସେବା ଆୟୋଗର ସଦସ୍ୟ ଥିବା ଶ୍ରୀ ମାଝୀ ୧୯୭୨ ମସିହାରେ କଂଗ୍ରେସରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । କେନ୍ଦ୍ର ପେଟ୍ରୋଲିୟମ ଓ ରସାୟନ ବିଭାଗର ଉପମନ୍ତ୍ରୀ ଭାବେ ସେ ଦାୟିତ୍ୱ ତୁଲାଇଥିଲେ । ପରେ ସେ ଜନତା ଦଳକୁ ଆସି ରାଜ୍ୟ ରାଜନୀତିରେ ପାଦ ଥାପିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାରରେ ସେ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ଶ୍ରୀ ମାଝୀଙ୍କ ଝିଅ ସରୋଜିନୀ ହେମ୍ୱ୍ରମ୍‍ ଏବେ ବିଜେଡିର ରାଜ୍ୟସଭା ସଦସ୍ୟ ଅଛନ୍ତି ।
ଶ୍ରୀ ମାଝୀଙ୍କ ବିୟୋଗରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବରିଷ୍ଠ ନେତା ବିଜୟ ମହାପାତ୍ର, ରାଜ୍ୟ ସରକାରଙ୍କ ମନ୍ତ୍ରିମଣ୍ଡଳ ସଦସ୍ୟ ପ୍ରମୁଖ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

Leave A Reply

Your email address will not be published.