ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଘୋଷଣା ହେବ ଗଗନଯାନ ମିଶନ ପାଇଁ ୪ ପାଇଲଟଙ୍କ ନାମ

0

ନ୍ୟୁଜ ବ୍ୟୁରୋ: ଆଜି ଇସ୍ରୋର ବହୁ ପ୍ରତୀକ୍ଷିତ ଗଗନଯାନ ମିଶନ ପାଇଁ ତାଲିମ ନେଉଥିବା ୪ ପାଇଲଟଙ୍କ ନାମ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କେରଳର ବିକ୍ରମ ସାରାଭାଇ ସ୍ପେଶ ସେଂଟର ପରିଦର୍ଶନ କରିବା ସହ ଗଗନଯାନ ମିଶନ ପ୍ରସ୍ତୁତିର ମଧ୍ୟ ସମୀକ୍ଷା କରିବେ ପିଏମ ମୋଦୀ । ଏଥି ସହିତ ଇସ୍ରୋର ୩ଟି ନୂଆ ପ୍ରକଳ୍ପକୁ ମଧ୍ୟ ଉଦଘାଟନ କରାଯିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ରହିଛି।

ସୂଚନାଯୋଗ୍ୟ, ମହାକାଶ ଅଭିଯାନର ସମୀକ୍ଷା ପାଇଁ ଆଜି କେରଳ ଥିରୁଅନନ୍ତପୁରମ ସ୍ଥିତ ବିକ୍ରମ ସାରାଭାଇ ସ୍ପେଶ୍ ସେଣ୍ଟର ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଚୟନ ହୋଇଥିବା ୪ ପାଇଲଟଙ୍କୁ ଆଷ୍ଟ୍ରୋନଟ୍ ୱିଙ୍ଗରେ ସମ୍ମାନିତ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଆଜି ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ୧୮ଶହ କୋଟି ଟଙ୍କାର ୩ଟି ମହାକାଶ ଗବେଷଣା ସମ୍ପର୍କିତ ଭିତ୍ତିଭୂମି ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେଗୁଡ଼ିକ ହେଲା ଶ୍ରୀହରିକୋଟାରେ PSLV ଇଣ୍ଟିଗ୍ରେସନ ଫ୍ୟାସିଲିଟି, ମହେନ୍ଦ୍ରଗିରିରେ ସେମି-କ୍ରାୟୋଜେନିକ  ଇଣ୍ଟିଗ୍ରେଟେଡ୍ ଇଞ୍ଜିନ୍ ଆଣ୍ଡ୍ ଷ୍ଟେଜ୍ ଟେଷ୍ଟ୍ ଫ୍ୟାସିଲିଟି ଏବଂ ଥିରୁଅନନ୍ତପୁରମରେ ଟ୍ରାଇସୋନିକ ୱିଣ୍ଡ୍ ଟନେଲ୍।

Leave A Reply

Your email address will not be published.