ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଟ୍ରେନ୍ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ

0

ଜାମତାରା: ଝାଡ଼ଖଣ୍ଡର ଜାମତାରାରେ ବୁଧବାର ସନ୍ଧ୍ୟାରେ ହୋଇଥିବା ଏକ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ପାଖାପାଖି ୬ଜଣ ଲୋକ ଆହତ ହୋଇଛନ୍ତି। କରମାଟାଣ୍ଡ ନିକଟ କଳାଝରିଆରେ ଏହି ଘଟଣା ଘଟିଛି। ରେଳବାଇ ପୁଲିସ ଓ ସ୍ଥାନୀୟ ପ୍ରଶାସନର ଟିମ୍ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଆଙ୍ଗ ଏକ୍ସପ୍ରେସ୍ ଟ୍ରେନ୍ରେ ନିଆଁ ଲାଗିବା ଖବର ପାଇବା ପରେ ଏଥିରେ ଥିବା ଯାତ୍ରୀମାନେ ଭୟଭୀତ ହୋଇ ତଳକୁ ଡେଇଁବାକୁ ଲାଗିଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଝାଝା-ଆସାନସୋଲ ପାସେଞ୍ଜର ଟ୍ରେନ୍ ରେଳ ଧାରଣାରେ ପଡ଼ିଥିବା ଯାତ୍ରୀଙ୍କ ଉପରେ ଚଢ଼ି ଯାଇଥିଲା। ଆଙ୍ଗ ଏକ୍ସପ୍ରେସକୁ ମଧ୍ୟ ବନ୍ଦ କରି ଦିଆଯାଇଛି ।

କିଛି ରିପୋର୍ଟରେ କୁହାଯାଇଛି ଯେ ଟ୍ରେନ ମାଡ଼ି ଯିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ କିଛି ରିପୋର୍ଟରେ ୨ ଜଣଙ୍କ ଜୀବନ ଯାଇଥିବା କୁହାଯାଇଛି। କିନ୍ତୁ ରେଳବାଇ ପକ୍ଷରୁ ମୃତ୍ୟୁସଂଖ୍ୟାକୁ ନିଶ୍ଚିତ କରାଯାଇ ନାହିଁ। ଘଟଣାସ୍ଥଳରେ ମେଡିକାଲ ଟିମ ଓ ଉଦ୍ଧାରକାରୀ ଦଳ ପହଞ୍ଚିଛନ୍ତି। ତେବେ ଘଟଣାସ୍ଥଳରେ ଆଲୋକର ବ୍ୟବସ୍ଥା ନଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ଉପୁଜିଛି। 

Leave A Reply

Your email address will not be published.