ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ, କିରାଣି

0

ଆସିକା: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଳସମ୍ପଦ ବିଭାଗ ଆସିକା ସିଏଡି ଭିଜିଜନ୍‌-୮ (ସେଚାଞ୍ଚଳ ଉନ୍ନୟନ ଖଣ୍ଡ) ନିର୍ବାହୀ ଯନ୍ତ୍ରୀ ବେଣୁଧର ଦଳାଇ ଓ କନିଷ୍ଠ କିରାଣି କୈଳାସ ଚନ୍ଦ୍ର ବେହେରା। ଜଣେ ଗାଡ଼ି ମାଲିକଙ୍କ ବକେୟା ବିଲ୍‌ ପାସ୍‌ କରିବା ପାଇଁ ଲାଞ୍ଚ ନେଉଥିଲେ। ସେମାନଙ୍କ ନିକଟରୁ ଲାଞ୍ଚ ବାବଦ ୨୦ହଜାର ଟଙ୍କା ଜବତ ‌କରାଯାଇଛି। ଲାଞ୍ଚ ନେବା ଅଭିଯୋଗରେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ଉଭୟଙ୍କୁ କାବୁ କରିଛି। ଏହା ପରବର୍ତ୍ତୀ ସମୟରେ ଉଭୟଙ୍କ ଅଫିସ ଓ ବାସଭବନ ସମେତ ପାଞ୍ଚଟି ସ୍ଥାନରେ ଭିଜିଲାନ୍ସର ୫ଟି ଟିମ୍‌ ଚଢ଼ାଉ ଚଳାଇଛନ୍ତି।

ଉଲ୍ଲେଖଯୋଗ୍ୟ; ଲାଞ୍ଚ ନେଇ ଧରାପଡ଼ିବା ପରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବେଣୁଧର ଦଳାଇଙ୍କ ତିନିଟି ଠିକଣାରେ ଓ କନିଷ୍ଠ କିରାଣି କୈଳାସ ଚନ୍ଦ୍ର ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଦୁଇ ଅଧିକାରୀ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଥିଲା। ଭିଜିଲାନ୍ସ ପକ୍ଷରୁ ଏହି ମାମଲାରେ ଅଧିକ ତଦନ୍ତ ଜାରି ରହିଛି।

Leave A Reply

Your email address will not be published.