ପ୍ରମୁଖ ଖବର

ବାଲେଶ୍ୱର ମିଶନ ଶକ୍ତି କାଫେରେ ଅଗ୍ନିକାଣ୍ଡ: ଜିଲ୍ଲାପାଳଙ୍କ ଅଫିସ କାର୍ଯ୍ୟାଳୟରେ ଥିବା ମିଶନ ଶକ୍ତି କାଫେର ରୋଷେଇ ଘରେ ଭୟାବହ ଅଗ୍ନିକାଣ୍ଡ
ରଘୁନାଥପାଲି, ବୀରମିତ୍ରପୁର, ବଣାଇରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର
ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ କ୍ରୀଡ଼ାବିତମାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆସନ୍ତାକାଲି ଦେଶରେ ଚତୁର୍ଥ ପର୍ଯ୍ୟୟ ଭୋଟ ଗ୍ରହଣ ଓ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ, ୪ଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳିରେ ଭୋଟ ଗ୍ରହଣ ହେବ

ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ

0

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ନ ୨ଟା ୪୦ରେ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯାତ୍ରା କରିଥିଲେ।

ଉଲ୍ଲେଖଯୋଗ୍ୟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ନ ୩ଟା ୧୫ରେ ଲୋକାର୍ପଣ ଓ ଶିଳାନ୍ୟାସର ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ୧୯, ୬୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏଥିମଧ୍ୟରେ ରହିଛି ତୈଳ ଓ ଗ୍ୟାସ, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତିର ପ୍ରକଳ୍ପ।

ଏହି ଅବସରରେ ସଭାକୁ ସମ୍ବୋଧିତ କରିଥିଲେ ପ୍ରଧାନମନ୍ତ୍ରୀ। ସେ କହିଥିଲେ, ଓଡିଶାର ଯାଜପୁରରେ ବିକାଶର ନୂଆ ଧାରା ବହିବା ଆରମ୍ଭ ହୋଇଛି। ଆଜି ବିଜୁ ବାବୁଙ୍କର ଜନ୍ମଜୟନ୍ତୀ ଅବସର ଥିବାରୁ ଓଡ଼ିଶାର ବିକାଶ ଲାଗି, ଦେଶର ବିକାଶ ଲାଗି ବିଜୁବାବୁଙ୍କ ଯୋଗଦାନ ଅପୂରଣୀୟ ରହିଛି ବୋଲି କହିଥିଲେ ପ୍ରଧାନମନ୍ତ୍ରୀ। ସମସ୍ତ ଦେଶବାସୀଙ୍କ ତରଫରୁ ଶ୍ରଦ୍ଧେୟ ବିଜୁବାବୁଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରୁଛି ବୋଲି କହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଆଜି ମହାନ ଜନନାୟକ ବିଜୁ ବାବୁଙ୍କ ଜନ୍ମଦିନ । ଓଡ଼ିଶାର ଉନ୍ନତି ଓ ଓଡ଼ିଆ ଜାତିର ଉନ୍ନତି ପାଇଁ ବିଜୁ ବାବୁ କାମ କରିଛନ୍ତି । ନବେ ଦଶକରେ ବିଜୁ ବାବୁ କଳିଙ୍ଗନଗର ନିର୍ମାଣ କରିଥିଲେ । ଆଜି କଳିଙ୍ଗନଗର ଦେଶର ଷ୍ଟିଲ ହବ ହୋଇପାରିଛି ।

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଂଶସା କରି ନବୀନ କହିଛନ୍ତି, ଓଡ଼ିଶା ପାଇଁ ପ୍ରଧାନମନ୍ତ୍ରୀ ଅନେକ ପ୍ରକଳ୍ପ ଆରମ୍ଭ କରିଛନ୍ତି ଏହା ବହୁତ ଖୁସିର କଥା । ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ । ମୋଦୀଙ୍କ ନେତୃତ୍ୱରେ ଭାରତ ଏବେ ୫ମ ବୃହତ୍ତ ଅର୍ଥନୈତିକ ଶକ୍ତି ଭାବେ ଉଭା ହୋଇଛି । ଖୁବଶୀଘ୍ର ଭାରତ ତୃତୀୟ ବୃହତ ଅର୍ଥନୀତି ଭାବେ ଉଭା ହେବ । ଏବେ ଓଡ଼ିଶା ପୂର୍ବ ଭାରତର ଉତ୍ପାଦନର ହବ୍ ହେବାକୁ ଯାଉଛି । ଆଗକୁ ଓଡ଼ିଶା ପାଇଁ ଅନେକ କାମ କରିବାକୁ ଅଛି । ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀଙ୍କ ସହଯୋଗ କାମନା କରୁଛି ବୋଲି କହିଛନ୍ତି ନବୀନ ।

ଏହାପରେ ୩ଟା ୩୦ରେ ପାଖ ପଡ଼ିଆରେ ଆୟୋଜିତ ‘ମୋଦୀ ଗ୍ୟାରେଣ୍ଟି’ ସଭାରେ ‘ବିକଶିତ ଓଡ଼ିଶା-ବିକଶିତ ଭାରତ’ ଯୋଦ୍ଧାମାନଙ୍କୁ ସମ୍ବୋଧିତ କରିଥିଲେ। ଏଥିରେ ବିଜେପିର ସମସ୍ତ ସାଂସଦ, ବିଧାୟକ ଓ ପଦାଧିକାରୀମାନେ ଯୋଗଦେଇଥିଲେ। ତେବେ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତକୁ ନଜରରେ ରଖି ଭୁବନେଶ୍ବରୁ ଚଣ୍ଡିଖୋଲ ‌ପର୍ଯ୍ୟନ୍ତ ସବୁଠି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୬ଜଣ ଅତିରିକ୍ତ ଡିସିପି, ୧୦ଜଣ ଏସିପି, ୧୯ଜଣ ଇନ୍ସପେକ୍ଟର, ୬୯ ଅଫିସର ଏବଂ ୧୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ରହିଥିଲେ। ଏହାବ୍ୟତୀତ ଗୋଟିଏ ୟୁନିଟ୍ ଏସଟିଓ ଓ ଓଡ୍ରାଫ୍ ଟିମ୍ ମଧ୍ୟ ନିୟୋଜିତ ହୋଇଥିଲେ।

Leave A Reply

Your email address will not be published.