ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା

0

ନୂଆଦିଲ୍ଲୀ: ଆଜି ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ଓ ଦୁଇ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ମିଳିତ ଭାବେ ସାମ୍ବାଦିକ ସମ୍ମିଳନୀ କରି ତାରିଖ ଘୋଷଣା କରିଛନ୍ତି। ଦେଶର ମୋଟ ୫୪୩ ଲୋକସଭା ଆସନ ପାଇଁ ୭ଟି ପର୍ଯ୍ୟାୟରେ ଭୋଟିଂ ହେବ। ପ୍ରଥମ ପର୍ଯ୍ୟାୟ ଭୋଟି ଏପ୍ରିଲ ୧୯ରୁ ଆରମ୍ଭ ହେବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଏପ୍ରିଲ ୨୬, ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭, ୪ର୍ଥ ପର୍ଯ୍ୟାୟ ଭୋଟ ମେ’ ୧୩, ୫ମ ପର୍ଯ୍ୟାୟ ଭୋଟ ୨୦, ୬ଷ୍ଠ ପର୍ଯ୍ୟାୟ ଭୋଟ ମେ’ ୨୫ ଓ ଶେଷ ପର୍ଯ୍ୟାୟ ଭୋଟ ଜୁନ ୧ରେ ଅନୁଷ୍ଠିତ। 

ସୂଚନାଯୋଗ୍ୟ, ଆଜି ନିର୍ବାଚନ କମିଶନ ଲୋକସଭା ବ୍ୟତୀତ ୪ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ତାରିଖ ଘୋଷଣା କରିଛନ୍ତି। ଓଡ଼ିଶା, ଅରୁଣାଚଳ ପ୍ରଦେଶ, ସିକ୍କିମ ଓ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ମଧ୍ୟ ଲୋକସଭା ନିର୍ବାଚନ ସହ ସମାନ୍ତରଳ ଭାବେ ଅନୁଷ୍ଠିତ ହେବ। ସେହିପରି ବିଭିନ୍ନ ରାଜ୍ୟରେ ଖାଲି ପଡ଼ିଥିବା ୨୬ଟି ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ହେବ।

ତେବେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ନିର୍ବାଚନ। ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ। ମେ’୨୦ ରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ। ମେ’ ୨୫ରେ ତୃତୀୟ ପର୍ଯ୍ୟାୟ ଭୋଟ୍। ଜୁନ୍ ୧ରେ ଚତୁର୍ଥ ପର୍ଯ୍ୟାୟ ଭୋଟ୍ । ଜୁନ୍ ୪ରେ ପ୍ରକାଶ ପାଇବ ଫଳାଫଳ।

ଦେଶର ପ୍ରାୟ ୯୭ କୋଟି ପଞ୍ଜୀକୃତ ଭୋଟର ଇଭିଏମ ଦବାଇ ପରବର୍ତ୍ତୀ ସରକାର ଗଠନ ପାଇଁ ନିଜର ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ୧୦.୫ ଲକ୍ଷ ଅଧିକ ବୁଥ ନିର୍ବାଚନ କମିଶନ ପକ୍ଷରୁ ସମଗ୍ର ଦେଶରେ ତିଆରି କରାଯିବ। ନିର୍ବାଚନକୁ ସୂଚାରରୂପେ ଶେଷ କରିବା ପାଇଁ ୧.୫ କୋଟି ପୁଲିଂ ଅଫିସର ନିଯୁକ୍ତ ହେବେ। ୫୫ ଲକ୍ଷ ଇଭିଏମ ଦ୍ୱାରା ଲୋକଙ୍କ ମତାଧିକାର ଗ୍ରହଣ କରାଯିବ। ଧାରା ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ହେବ। ଏନେଇ ନିର୍ବାଚନ କମିଶନର ତାରିଖ ଘୋଷଣା କରିଛନ୍ତି।

ଜମ୍ମୁ-କଶ୍ମୀରବାସୀ ମେ’ ୧୭ରେ ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଦେବେ। ୨୦୧୪ରେ ଶେଷଥର ପାଇଁ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ପିଡିପି ଓ ବିଜେପି ମିଳିତ ଭାବେ ଏଠାରେ ସରକାର ଗଠନ କରିଥିଲେ। କିନ୍ତୁ ୨୦୧୭ରେ ବିଜେପି ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର କରି ନେବାରୁ ମେଣ୍ଟ ଭାଙ୍ଗି ଯାଇଥିଲା। ସେବେଠାରୁ ଆଉ ଜମ୍ମୁ-କଶ୍ମୀରରେ ମତଦାନ ହୋଇ ନଥିଲା।

Leave A Reply

Your email address will not be published.