ପ୍ରମୁଖ ଖବର

ପ୍ରଚାର ବେଳେ ପୁରୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଲାଗିଛି ଆଘାତ
୫ଟି ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ: ଜଳେଶ୍ୱର ସହ ବରୀ, ଆଠମଲ୍ଲିକ, ଆଠଗଡ଼ ଓ ପୁରୀରେ ବଦଳିଲେ କଂଗ୍ରେସ ପ୍ରାର୍ଥୀ
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ: ରାଜଭବନରେ କରିବେ ରାତ୍ରିଯାପନ, କାଲି ବ୍ରହ୍ମପୁରରେ ଦେବେ ଉଦ୍‌ବୋଧନ, ନବରଙ୍ଗପୁରରେ ବିଜୟ ସଂକଳ୍ପ ସମାବେଶରେ ହେବେ ସାମିଲ

୧୪ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁର

0

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ୧୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୪ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ଅନୁମୋଦନ ।

ଉଲ୍ଲେଖଯୋଗ୍ୟ, ପଞ୍ଚମ ପାଳିର ଶେଷ କ୍ୟାବିନେଟ୍ ବୈଠକରେ ୭ ବିଭାଗର ୧୪ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି । ମହାନଦୀରେ ତିଆରି ହେବ ଆଉ ଏକ ଉଚ୍ଚ ସେତୁ ନିର୍ମାଣ ପାଇଁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ସେହିପରି ସାଲେପୁର ବ୍ଲକ ବ୍ରାହ୍ମଣଖଣ୍ଡି-ସାହୁଖେତ ରାସ୍ତାରେ ହେବ ସେତୁ ନିର୍ମାଣ । ସେତୁ ନିର୍ମାଣରେ ୧୨୮ କୋଟି ଟଙ୍କା ଖର୍ଚ୍ଚ ହେବ ଆଉ ଏହା ୩ ବର୍ଷରେ ଶେଷ ହେବ । ସେତୁ ନିର୍ମାଣ ଦ୍ୱାରା କଟକ-ଚାନ୍ଦବାଲି ଓ କଟକ-ପାରାଦୀପ ରାସ୍ତାରେ ସହଜ ହେବ ଯାତାୟାତ ।

ଅନ୍ୟପଟେ ଚନ୍ଦ୍ରଶେଖରପୁରରେ ହେବ ଯାଦବ ଭବନ। ଏଥିପାଇଁ ରାଜ୍ୟ ସରକାର ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ଯୋଗାଇଦେବେ। ଜଳସେଚିତ ଅଂଚଳରେ ପୁରୁଣା କେନାଲର ହେବ ନବୀକରଣ। ଚାଉଳିଆଗଂଜରେ ହେବ ଡିଏଭି ଏସସିବି ମେଡିକାଲ ପବ୍ଲିକ୍ ସ୍କୁଲ।

Leave A Reply

Your email address will not be published.