ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ

ଓଡ଼ିଶା ସ୍କିଲ୍ ପ୍ରତିଯୋଗିତାରେ ସୋଆ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ କୃତିତ୍ବ

0

ଭୁବନେଶ୍ୱର, ୧୮/୦୩: ରାଜ୍ୟର ସବୁଠାରୁ ବଡ଼ ସ୍କିଲ ପ୍ରତିଯୋଗିତା ଓଡ଼ିଶା ସ୍କିଲ୍ସ ୨୦୨୩-୨୪ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟର ଛାତ୍ରଛାତ୍ରୀ ରୌପ୍ୟ ଓ କାଂସ୍ୟ ପଦକ ହାସଲ କରିବାରେ ସଫଳ ହୋଇଛନ୍ତି । ମାର୍ଚ୍ଚ ୧୨ ରୁ ୧୫ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଏଠାରେ ଆୟୋଜିତ ହୋଇଥିଲା । ହୋଟେଲ ମ୍ୟାନେଜମେଂଟର ୫ଟି ସ୍କିଲ୍ ଯେପରିକି ହୋଟେଲ୍ ରିସେପ୍ସନ୍‌, ରେଷ୍ଟୁରାଂଟ ସର୍ଭିସ୍‌, କୁକିଙ୍ଗ୍‌, ବେକରି, ପାଟିସେରୀ ଓ କନ୍‌ଫେକ୍ସନାରୀକୁ ନେଇ ଏହି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା ।

ଏସ୍‌ଏଚ୍‌ଏମ୍‌ର ବ୍ୟାଚଲର ଅଫ୍ ହୋଟେଲ ମ୍ୟାନେଜମେଂଟ ଆଣ୍ଡ କ୍ୟାଟରିଙ୍ଗ ଟେକ୍ନୋଲୋଜି (ବିଏଚ୍‌ଏମ୍‌ସିଟି) ବିଭାଗର ପ୍ରଥମ ବର୍ଷ ଛାତ୍ର ଶ୍ରୀ ସଂକେତ କୁମାର ମାଝି କୁକିଙ୍ଗ୍ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଥିବା ବେଳେ ବିଏଚ୍‌ଏମ୍‌ସିଟି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର ଶ୍ରୀ ରିଜ୍‌ୱାନୁଲ୍ ଖାନ୍ରେ ଷ୍ଟୁରାଂଟ ସର୍ଭିସ୍ ପ୍ରତିଯୋଗିତାରେ କାଂସ୍ୟ ପଦକ ହାସଲ କରିଥିଲେ ।

ବିଜେତା ମାନଙ୍କୁ ୫ ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ୍ ପୁରସ୍କୃତ କରିଥିଲେ । ପଦକ ହାସଲ କରିଥିବା ଦୁଇ ଛାତ୍ର ଶନିବାର ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସାକ୍ଷାତ କରିଥିବା ବେଳେ ପ୍ରଫେସର ନାୟକ ସେମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ ।

ଏହି ଅବସରରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଓ ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନିଉପସ୍ଥିତ ଥିଲେ ।

Leave A Reply

Your email address will not be published.