ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ଶଙ୍ଖ ଫୁଙ୍କିଲେ ମନ୍ମଥ

0

ଭୁବନେଶ୍ବର: ବିଜେଡିରେ ମିଶିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ଆଜି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ହଜାର ହଜାର ଦଳୀୟ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ସେ। ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଓ ବିଜେଡି ନେତା ବିଭୂତି ବଳବନ୍ତରାୟଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି କ୍ୟାପଟେନ ମନ୍ମଥ ରାଉତରାୟ।

ବିଜେଡିରେ ମିଶିବା ପୂର୍ବରୁ ମନ୍ମଥ ଭୁବନେଶ୍ୱର ମାଉସୀମା ମନ୍ଦିର ଛକରୁ ନିଜ କର୍ମୀମାନଙ୍କୁ ନେଇ ଏକ ବିରାଟ ଶୋଭାଯାତ୍ରା କରି ଶଙ୍ଖ ଭବନ ଅଭିମୁଖେ ‌ଆସିଥିଲେ। ମିଶ୍ରଣ ପର୍ବରେ ପ୍ରତିକ୍ରିୟା ରଖିବା ବେଳେ ଭାବବିହ୍ୱଳ ହୋଇପଡିଲେ ମନ୍ମଥ। ପ୍ରଥମଥର ପାଇଁ ବାବାଙ୍କ ଠାରୁ ଅଲଗା ହୋଇ ରାଜନୀତିର ମଞ୍ଚରେ ବସିଛି। ମୋ ଉପରେ ବାବାଙ୍କ ଆଶିର୍ବାଦ ରହିଛି। ସେ ମୋତେ ସଦାବେଳେ ଶିଖାଇ ଆସିଛନ୍ତି, ଯେଉଁ ଦଳରେ ରହିବ, ସେଠି ଶେଷ ଯାଏଁ ଜଣେ କର୍ମୀ ତଥା ସୈନ୍ୟ ଭାବରେ କାମ କରିବ ବୋଲି ସେ ପ୍ରକାଶ କରିଛନ୍ତି।

ସୂଚନା ଥାଉକି, କିଛି ମାସ ପୁର୍ବରୁ ପାଇଲଟ ଚାକିରୀରୁ ସ୍ୱେଚ୍ଛାକୃତ ଭାବେ ଅବସର ନେବା ପରେ ରାଜନୀତିରେ ସାମିଲ ହେବାକୁ ମନ ବଳାଇଥିଲେ ମନ୍ମଥ। ପ୍ରଥମରୁ ବାପାଙ୍କ ପଥ ଅନୁସରଣ କରି ମନ୍ମଥ ମଧ୍ୟ ଜଟଣୀରୁ କଂଗ୍ରେସ ଟିକେଟରେ ଲଢିବା ନେଇ ଚର୍ଚ୍ଚା ହେଉଥିଲା। କିନ୍ତୁ ପରେ ସେ କଂଗ୍ରେସରୁ ଲଢ଼ିବେନି ବୋଲି ସ୍ପଷ୍ଟ କରିଥିଲେ।

Leave A Reply

Your email address will not be published.