ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ବିଜେଡି ଜାରି କଲା ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା

0

ଭୁବନେଶ୍ବର: ଆଜି ପ୍ରଥମ ପର୍ଯ୍ୟାୟରେ ୯ ଲୋକସଭା ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଥିଲା ବେଳେ, ଦ୍ୱିତୀୟ ପର୍ଯ୍ୟାୟରେ ୬ ଜଣଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ମୋଟ ବିଜେଡି ୧୫ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି। ତେବେ ଦ୍ୱିତୀୟ ପର୍ଯ୍ୟାୟରେ ଯେଉଁ ୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି,ତା’ ମଧ୍ୟରେ ପୁରୀ, ଢେଙ୍କାନାଳ, ଜଗତସିଂହପୁର, କନ୍ଧମାଳ, କଟକ ଓ ଯାଜପୁର ରହିଛି।

ପୁରୀ ଲୋକସଭା ଆସନ ପାଇଁ ବିଜେଡି ଅରୂପ ପଟ୍ଟନାୟକଙ୍କ ନାଁ ଘୋଷଣା କରିଥିବା ବେଳେ ଢେଙ୍କାନାଳରୁ ଅବିନାଶ ସାମଲ, ଜଗତସିଂହପୁରରୁ ରାଜଶ୍ରୀ ମଲ୍ଲିକ, କନ୍ଧମାଳରୁ ଅଚ୍ୟୁତ ସାମନ୍ତ, କଟକରୁ ସଂତୃପ୍ତ ମିଶ୍ର ଓ ଯାଜପୁରରୁ ଶର୍ମିଷ୍ଠା ସେଠୀଙ୍କୁ ପ୍ରାର୍ଥୀ କରାଯାଇଛି। 

Leave A Reply

Your email address will not be published.