ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ପରଲୋକରେ ଶାନ୍ତିଲତା

0

ଭୁବନେଶ୍ବର: ଆଜି ଅର୍ଥାତ ସୋମବାର ସଂଧ୍ୟାରେ ବିଶିଷ୍ଠ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କର ଦେହାନ୍ତ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଛି। ମିଳିଥିବା ସୂଚନା ମୁତାବକ ଦୀର୍ଘଦିନ ଧରି ସେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ହେଉଥିଲେ।

ଉଲ୍ଲେଖଯୋଗ୍ୟ, ଓଡ଼ିଆ ଭକ୍ତି ସଙ୍ଗୀତ ଜଗତର ଜଣେ ପରିଚିତ କଣ୍ଠଶିଳ୍ପୀ ଥିଲେ ଶାନ୍ତିଲତା ବାରିକ ଛୋଟରାୟ। ତାଙ୍କ ଭଜନ ଓଡ଼ିଶାର କଳା, ସଂସ୍କୃତି ଓ ଶ୍ରୀଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡ଼ିବାରେ ସକ୍ଷମ ହୋଇପାରିଥିଲା । ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ବରରେ ୧ ଅକ୍ଟୋବର ୧୯୬୦ରେ ଜନ୍ମ ହୋଇଥିଲେ ଶାନ୍ତିଲତା। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରୁ ଓଡ଼ିଶୀ ସଙ୍ଗୀତରେ ଆଚାର୍ଯ୍ୟ କରିଥିବା ଶାନ୍ତିଲତା ବିଶିଷ୍ଟ ସଙ୍ଗୀତ ଗୁରୁ ବାଳକୃଷ୍ଣ ଦାସ, ମାର୍କଣ୍ଡେୟ ମହାପାତ୍ର, ସିଂହାରୀ ଶ୍ୟାମସୁନ୍ଦର କର, ଗୋପାଳ ପଣ୍ଡା ପ୍ରମୁଖଙ୍କଠାରୁ ସଙ୍ଗୀତ ଶିକ୍ଷା ନେଇଥିଲେ ।

ଶାନ୍ତିଲତା ବାରିକ ଛୋଟରାୟ ହେଉଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ ପରମ ଭକ୍ତ। ଜୀବନ କାଳ ଭିତରେ ଅନେକ ଲୋକପ୍ରିୟ ଜଗନ୍ନାଥ ଭଜନ ଗାଇଛନ୍ତି। ଅତି ଲୋକପ୍ରିୟ। ୨୦୧୧ ମସିହାରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ହେଲ୍‌ଥ୍‌ ଚେକ୍‌ଅପ୍‌ ପରେ କ୍ୟାନ୍‌ସର ହୋଇଥିବା ଜାଣିବାକୁ ପାଇଥିଲେ ପରିବାର ଲୋକେ। ତା’ପରେ ତାଙ୍କୁ ସଙ୍ଗେ ସଙ୍ଗେ ମୁମ୍ୱାଇର ଟାଟା ମେମୋରିଆଲ୍‌ କ୍ୟାନ୍‌ସର ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ପରେ ସାମାନ୍ୟ ସୁସ୍ଥ ହୋଇଥିଲେ। କିନ୍ତୁ ସମ୍ପୂର୍ଣ୍ଣ ଆରୋଗ୍ୟ ହୋଇନଥିଲେ।

ତେବେ ମହାମାରୀ କୋଭିଡ୍‌ ପରେ ଅର୍ଥାତ ୨୦୨୨ ମସିହାରେ ପୁଣି ଥରେ ଅସୁସ୍ଥ ହୋଇପଡ଼ିଥିଲେ ଶାନ୍ତିଲତା ବାରିକ। ଚିକିତ୍ସା ପରେ ୨୦୨୩ ସେପ୍ଟେମ୍ୱର ମାସରେ ଘରକୁ ଫେରିଥିଲେ। ତା’ପରେ ଓଡ଼ିଶାର ବିଭିନ୍ନ ମେଡ଼ିକାଲ୍‌ରେ ଚିକିତ୍ସିତ ହେଉଥିଲେ। ନିୟମିତ ମେଡ଼ିସିନ୍‌ ଖାଉଥିଲେ। ତେବେ ଆଜି ସେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଆଜି ସନ୍ଧ୍ୟା ବେଳେ ତାଙ୍କର ମୃତ୍ୟୁ ଘଟିଥିଲା।

Leave A Reply

Your email address will not be published.