ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ବିଜେଡିରେ ଯୋଗ ଦେଇଛନ୍ତି ଭୃଗୁ ବକ୍ସିପାତ୍ର

0

ଭୁବନେଶ୍ବର: ଶଙ୍ଖ ଭବନ ଆସି ଆନୁଷ୍ଠାନିକ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ଭୃଗୁ ବକ୍ସିପାତ୍ର। ଆଜି ସକାଳେ ଭୃଗୁ ବିଜେପିରୁ ଇସ୍ତଫା ଦେଇଥିଲେ। ୨୦୧୯ ନିର୍ବାଚନରେ ବ୍ରହ୍ମପୁର ଲୋକସଭା କ୍ଷେତ୍ରରୁ ଲଢିଥିଲେ ଭୃଗୁ। ବିଜେପି ଟିକେଟରୁ ଲୋକସଭା ଆସନ ପାଇଁ ପ୍ରାର୍ଥୀ ହୋଇଥିଲେ। ହେଲେ ନିର୍ବାଚନରେ ପରାସ୍ତ ହୋଇଥିଲେ।

ସୂଚନାଯୋଗ୍ୟ, ଭୃଗୁ ବକ୍ସିପାତ୍ର ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ଭୃଗୁ ବକ୍ସିପାତ୍ରଙ୍କ ଯୋଗ ଦାନ ଦକ୍ଷିଣ ଓଡ଼ିଶାରେ ବିଜେଡିକୁ ଅଧିକ ସୁଦୃଢ଼ କରିବ ବୋଲି କହିଛନ୍ତି ସାଂସଦ ମାନସ ମଙ୍ଗରାଜ। ତାଙ୍କ ବାପା ବିଜୁ ବାବୁଙ୍କ ସହଯୋଗୀ ଥିଲେ।ତାଙ୍କ ବାପାଙ୍କ ପଦାଙ୍କ ଅନୁସରଣ କରି ବିଜୁ ପାରିବାରରେ ସାମିଲ ହୋଇଛନ୍ତି। ତାଙ୍କ ଯୋଗଦାନ ଦଳକୁ ଅଧିକ ଶସକ୍ତ କରିବ। ଦକ୍ଷିଣ ଓଡ଼ିଶାରେ ସଙ୍ଗଠନ ଅଧିକ ସୁଦୃଢ଼ ହେବ ବୋଲି କହିଛନ୍ତି ସାଂସଦ ଚନ୍ଦ୍ରଶେଖର ସାହୁ। ମିଶ୍ରଣ ପର୍ବରେ ଉପସ୍ଥିତ ଥିଲେ ସାଂସଦ ମାନସ ମଙ୍ଗରାଜ, ସାଂସଦ ସସ୍ମିତ ପାତ୍ର,ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା , ବିଜେଡି ମୁଖପାତ୍ର ପ୍ରିୟବ୍ରତ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। ନୂଆ ଅଧ୍ୟାୟ ଆରମ୍ଭ ହେବାକୁ ଯାଉଅଛି। ନୂଆ ପରିବାର ସହିତ ମୋ ପାରିବାର ପୁରୁଣା ସମ୍ପର୍କ ଥିଲା।   

Leave A Reply

Your email address will not be published.