ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

୪୩ ଡିଗ୍ରୀ ଟପିଲା ଭୁବନେଶ୍ବର ତାପମାତ୍ରା

0

ଭୁବନେଶ୍ବର: ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୩ ଡିଗ୍ରୀ ସେଲ୍‌ସିୟସ ଅତିକ୍ରମ କରିଛି। ରାଜ୍ୟର ୫ଟି ସହରରେ ଅପରାହ୍‌ଣ ୨ଟାରେ ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ଏଥିରେ ଭୁବନେଶ୍ବର ସର୍ବାଧିକ ରହିଛି। ରାଜଧାନୀ ଭୁବନେଶ୍ବରରେ ତାପମାତ୍ରା ୪୩.୨ ଡିଗ୍ରି ଛୁଇଁଛି। ଆଞ୍ଚଳିକ  ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସେହିପରି ଆଜି ଦିନ ସାଢ଼େ ୨ଟା ସୁଦ୍ଧା ସମ୍ବଲପୁରର ତାପମାତ୍ରା ୪୦.୮ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ହୀରାକୁଦରେ ୪୦.୬, ଚାନ୍ଦବାଲି ୪୦.୬, ଝାରସୁଗୁଡ଼ାରେ ୪୦.୨, ରାଉରକେଲାରେ ୩୯.୬, କେନ୍ଦୁଝରରେ ୩୯, ବାଲେଶ୍ୱରରେ ୩୭.୮, ପୁରୀରେ ୩୩, ଗୋପାଳପୁରରେ ୩୨.୨ ଓ ପାରାଦୀପରେ ୩୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। 

Leave A Reply

Your email address will not be published.