ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

୪୩ ଡିଗ୍ରୀ ଟପିଲା ଭୁବନେଶ୍ବର ତାପମାତ୍ରା

0

ଭୁବନେଶ୍ବର: ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୩ ଡିଗ୍ରୀ ସେଲ୍‌ସିୟସ ଅତିକ୍ରମ କରିଛି। ରାଜ୍ୟର ୫ଟି ସହରରେ ଅପରାହ୍‌ଣ ୨ଟାରେ ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ଏଥିରେ ଭୁବନେଶ୍ବର ସର୍ବାଧିକ ରହିଛି। ରାଜଧାନୀ ଭୁବନେଶ୍ବରରେ ତାପମାତ୍ରା ୪୩.୨ ଡିଗ୍ରି ଛୁଇଁଛି। ଆଞ୍ଚଳିକ  ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସେହିପରି ଆଜି ଦିନ ସାଢ଼େ ୨ଟା ସୁଦ୍ଧା ସମ୍ବଲପୁରର ତାପମାତ୍ରା ୪୦.୮ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ହୀରାକୁଦରେ ୪୦.୬, ଚାନ୍ଦବାଲି ୪୦.୬, ଝାରସୁଗୁଡ଼ାରେ ୪୦.୨, ରାଉରକେଲାରେ ୩୯.୬, କେନ୍ଦୁଝରରେ ୩୯, ବାଲେଶ୍ୱରରେ ୩୭.୮, ପୁରୀରେ ୩୩, ଗୋପାଳପୁରରେ ୩୨.୨ ଓ ପାରାଦୀପରେ ୩୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। 

Leave A Reply

Your email address will not be published.