ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଏପ୍ରିଲ୍ ୨୧ରୁ ପ୍ରଚଣ୍ଡ ରୌଦ୍ର ତାପରୁ ଆଶ୍ୱସ୍ତି ମିଳିପାରେ : ସିଇସି

0

ଭୁବନେଶ୍ୱର, ଏପ୍ରିଲ୍ ୧୯: ବଙ୍ଗୋପସାଗରରେ ଆଂଟି ସାଇକ୍ଲୋନ ସୃଷ୍ଟି ହେବାର ସମ୍ଭାବନା କାରଣରୁ ଓଡ଼ିଶାରେ ଆସନ୍ତା ୨୧ ତାରିଖ ଠାରୁ ପ୍ରଚଣ୍ଡ ଖରା ତାତିରୁ କିଛିଟା ଆଶ୍ୱସ୍ତି ମିଳିପାରେ ବୋଲି ଶୁକ୍ରବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି। ବର୍ତମାନ ଜାରି ରହିଥିବା ଖରା ତାତି ଆଉ ଗୋଟିଏ ଦିନ ରହିବାର ସମ୍ଭାବନା ଥିବା ବେଳେ ଏପ୍ରିଲ ୨୧ ତାରିଖରୁ ସମୁଦ୍ର ଆଡୁ ଉପକୂଳ ଅଂଚଳକୁ ଦୁର୍ବଳ ବାୟୁ ପ୍ରବାହ ହେବ । ଏହା ଏପ୍ରିଲ ୨୫ ପର୍ଯ୍ୟନ୍ତ ଜାରି ରହିପାରେ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି ।

ଏପ୍ରିଲ୍ ୨୧ ଏବଂ ଏହାର ପରବର୍ତୀ ଦିନ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କେତୋଟି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ତେବେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ଦିନର ତାପମାତ୍ରା ୩୮ ଡିଗ୍ରୀରୁ ୪୧ ଡିଗ୍ରୀ ସେଲ୍‌ସିଅସ ମଧ୍ୟରେ ରହିବାର ସମ୍ଭାବନା ଥିବାବେଳେ ଉପକୂଳବର୍ତୀ ଅଂଚଳରେ ୩୭ ଡିଗ୍ରୀରୁ ୩୯ ଡିଗ୍ରୀ ସେଲ୍‌ସିଅସ ମଧ୍ୟରେ ରହିପାରେ । କେତେକ ସ୍ଥାନରେ ୩୬ ଡିଗ୍ରୀ ସେଲ୍‌ସିଅସରୁ କମ୍ ରହିପାରେ ବୋଲି ସେ କହିଛନ୍ତି । ଏପ୍ରିଲ୍ ୨୬ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଦିନର ତାପମାତ୍ରା ବୃଦ୍ଧିପାଇ ଏପ୍ରିଲ୍ ୨୮ ତାରିଖ ପରେ ୪୪ରୁ ୪୫ ଡିଗ୍ରୀ ସେଲସିଅସ ରହିପାରେ ବୋଲି ଡ଼. ସାହୁ କହିଛନ୍ତି ।

Leave A Reply

Your email address will not be published.