ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା

0

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ୍ ଘୋଷଣା କରିଛନ୍ତି। ମୋଟ ୯ ଜଣଙ୍କ ନାମ ତାଲିକାରେ ଥିବା ବେଳେ ଏଥିରେ ୪ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି। ଆଜିର ୯ପ୍ରାର୍ଥୀଙ୍କୁ ମିଶାଇ ବିଜେଡି ସମୁଦାୟ ୧୩୫ ପ୍ରାର୍ଥୀ ତାଲିକା ଘୋଷଣା କରିଛି।

ଦୂଚନାନୁସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଥିବା ପ୍ରାର୍ଥୀ ତାଲିକା ଅନୁସାରେ ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା, ସନାତନ ମହାକୁଡ଼ଙ୍କୁ ଚମ୍ପୁଆ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା, ଚିଲିକାରୁ ରଘୁନାଥ ସାହୁ, ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମ, ସିମୁଳିଆରୁ ସୁବାସିନୀ ସାହୁ ଓ ରେମୁଣାରୁ ବିଦୁସ୍ମିତା ମହାଳିକଙ୍କୁ ମଇଦାନକୁ ଓହ୍ଲାଇଛି ଦଳ।

ଆଜି ଘୋଷଣା ହୋଇଥିବା ଷଷ୍ଠ ପର୍ଯ୍ୟାୟ ତାଲିକାରେ ଘୋଷିତ ୯ ପ୍ରାର୍ଥୀଙ୍କ ମଧ୍ୟରୁ ଦଳ ୪ ମହିଳାଙ୍କୁ ମଇଦାନକୁ ଓହ୍ଲାଇଛି। ତେଣୁ ଷଷ୍ଠ ପର୍ଯ୍ୟାୟ ତାଲିକା ସୁଦ୍ଧା ବିଜେଡି ୩୨ ମହିଳାଙ୍କୁ ବିଧାନସଭା ନିର୍ବାଚନ ନିମନ୍ତେ ଟିକେଟ ଦେଇ ସାରିଲାଣି।

ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୫ ବିଧାୟକଙ୍କ ଟିକେଟ କଟିଛି। ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀଙ୍କ ସମେତ, ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀ ଓ ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ କଟିଲା । ଏଥିସହ କେନ୍ଦ୍ରାପଡ଼ା ବିଧାୟକ ଶଶି ବେହେରାଙ୍କୁ ଚଳିତ ନିର୍ବାଚନରେ ଟିକେଟ ମିଳି ନ ଥିବା ବେଳେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତଙ୍କୁ ବି ଟିକେଟ ଦେଇନି ଦଳ। 

Leave A Reply

Your email address will not be published.