ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ସୂଚନା ଓ ପ୍ରଯୁକ୍ତି କ୍ଷେତ୍ରରେ ସହଯୋଗିତା ନେଇ ସୋଆ ଏବଂ ବାଟୋଇ ସିଷ୍ଟମ୍ସ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

0

ଭୁବନେଶ୍ୱର, ୨୦/୪ : ସୂଚନା ଓ ପ୍ରଯୁକ୍ତି କ୍ଷେତ୍ରରେ ସହଯୋଗିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଭୁବନେଶ୍ୱରରେ ସ୍ଥିତ ବାଟୋଇ ସିଷ୍ଟମ୍ସ (ବାଟୋଇ) ମଧ୍ୟରେ ଶନିବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି । ବାଟୋଇ ହେଉଛି ଏକ ସଫ୍ଟୱେୟାର ଇଞ୍ଜିନିୟରିଂ ଅଟୋମେସନ୍ କମ୍ପାନୀ ଯାହାର ରାପିଡ୍ ଆପ୍ଲିକେସନ୍ ଡେଭଲପ୍‌ମେଂଟ (ରାଡ୍‌) ପ୍ଲାଟଫର୍ମ ଟେଲିମେଟ୍ରି ଟୁଲ୍ସର ବିକାଶ ଓ ନିୟୋଜନ କ୍ଷେତ୍ରରେ କାର୍ଯ୍ୟ କରିଥାଏ ।

ବୁଝାମଣା ଅନୁଯାୟୀ ବାଟୋଇ ସୋଆକୁ ଏହାର ବାଟୋଇ ଏକାଡେମୀ ପ୍ଲାଟଫର୍ମ ବ୍ୟବହାର କରିବାକୁ ଦେବ ଓ ଆର୍ଟିଫିସିଆଲ୍ ଇନ୍‌ଟେଲିଜେନ୍ସ (ଏଆଇ) ଏବଂ କ୍ୱାଂଟମ୍ କମ୍ପ୍ୟୁଟିଙ୍ଗ୍ ଶିକ୍ଷା ଓ ଗବେଷଣା ନିମନ୍ତେ ଏକ ଟେକ୍ନୋଲୋଜି ଲ୍ୟାବ ପ୍ରତିଷ୍ଠା ଦିଗରେ ସାହାଯ୍ୟ କରିବ । ଏହି କମ୍ପାନୀ ସୋଆର ଛାତ୍ରଛାତ୍ରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିବା ସହ ଲାଇଭ୍ ପ୍ରୋଜେକ୍ଟ ପ୍ରସ୍ତୁତ କରିବାରେ ସାହାଯ୍ୟ କରିବ ଯାହା ଦ୍ୱାରା କି ଛାତ୍ରଛାତ୍ରୀମାନେ ଶିଳ୍ପ କ୍ଷେତ୍ରରେ କାର୍ଯ୍ୟ କରିବା ନିମନ୍ତେ ପ୍ରସ୍ତୁତ ହୋଇପାରିବେ । ବିଭିନ୍ନ କର୍ମଶାଳା ଆୟୋଜନ କରିବା ସହ ବାଟୋଇ ସୋଆର ଛାତ୍ରଛାତ୍ରୀମାନଙ୍କୁ କ୍ୱାଂଟମ୍ କମ୍ପ୍ୟୁଟିଙ୍ଗ୍ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଇନ୍‌ଟର୍ଣ୍ଣସିପ୍ ଓ ନିଯୁକ୍ତିରେ ମଧ୍ୟ ସହାୟକ ହେବ ।

ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏବଂ ବାଟୋଇ ସିଷ୍ଟମ୍ସର ସିଇଓ ତଥା ନିର୍ଦ୍ଦେଶକ ଶ୍ରୀ ଅଶ୍ୱିନୀ କୁମାର ରଥଙ୍କ ମଧ୍ୟରେ ଏହି ବୁଝାମଣା ସ୍ୱାକ୍ଷରିତ ହୋଇଥିଲା । ଏହି ଅବସରରେ ସୋଆର ସେଂଟର ଫର୍ କ୍ୱାଂଟମ୍ ସାଇନ୍ସ ଆଣ୍ଡ ଟେକ୍ନୋଲୋଜିର ନିର୍ଦ୍ଦେଶକ ପ୍ରଫେସର ପ୍ରଶାନ୍ତ କୁମାର ପାଣିଗ୍ରାହୀ ଏବଂ ଚିଫ୍ ଆଡମିନିଷ୍ଟ୍ରେଟିଭ୍ ଅଫିସର ଶ୍ରୀ ପ୍ରମୋଦ କୁମାର ପଣ୍ଡା ଉପସ୍ଥିତ ଥିଲେ ।

Leave A Reply

Your email address will not be published.