ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୩ ମୃତ ୫ ଆହତ ହୋଇଛନ୍ତି। ଟ୍ରକ ଓ ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଏପରି ଦୁର୍ଏଘଟଣା ଘଟିଛି। ଜଣେ ଦୁଇବର୍ଷର ଶିଶୁ ସହ ୫ ଜଣ ଗୁରୁତର ଅଛନ୍ତି । ମୃତକ ମାନଙ୍କୁ ଯୋଡିଙ୍ଗା ସ୍ୱାସ୍ଥ୍ୟକେନ୍ଦ୍ର ରେ ରଖା ଯାଇଛି । ସମସ୍ତ ଆହତଙ୍କ ଚିକିତ୍ସା ଚାଲିଛି । ଘଟଣା ସ୍ଥଳରେ ରାଇଘର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୁର୍ଘଟଣା ସ୍ଥଳରେ ଉମରକୋଟର ପୂର୍ବତନ ବିଜେଡି ବିଧାୟକ ସୁବାସ ଗଣ୍ଡ ପହଞ୍ଚି ଉଦ୍ଧାର କାର୍ଯ୍ୟ ରେ ସାହାଯ୍ୟ କରିଥିଲେ ।
ପ୍ରମୁଖ ଖବର
ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ