ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଟ୍ବିନ୍ ସିଟିକୁ ରେଡ୍ ଆଲର୍ଟ ଜାରି

0

ଭୁବନେଶ୍ବର: ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି, ଅସ୍ତବ୍ୟସ୍ତ କରିଦେଉଛି ଜନଜୀବନ। ଆଜି କଟକ ଓ ଭୁବେନଶ୍ବରରେ ଭୀଷଣ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏଥିସହିତ ଅପରାହ୍ନ ୨ଟା ସୁଦ୍ଧା ୪୪.୬ ରେକର୍ଡ ହୋଇଛି ତାପମାତ୍ରା। ପ୍ରବଳ ଖରା ପାଇଁ  କଟକ ଓ ଭୁବେନଶ୍ବରକୁ ରେଡ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ।

ଆଗାମୀ ୯ ତାରିଖ ଯାଏଁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ।  ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବନାହିଁ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଝାରସୁଗୁଡ଼ାରେ ୪୩.୬ ଡିଗ୍ରି, ରାଉରକେଲାରେ ୪୨.୫ ଡିଗ୍ରି, ଚାନ୍ଦବାଲିରେ ୪୨.୪ ଡିଗ୍ରି, ସମ୍ବଲପୁରରେ ୪୨.୧ ଡିଗ୍ରି, ହୀରାକୁଦରେ ୪୧.୮ ଡିଗ୍ରି, ବାଲେଶ୍ୱରରେ ୪୧.୭ ଡିଗ୍ରି, କେନ୍ଦୁଝରରେ ୪୧.୫ ଡିଗ୍ରି, ଗୋପାଳପୁରରେ ୩୫.୪ ଡିଗ୍ରି, ପୁରୀରେ ୩୪.୭ ଡିଗ୍ରି ଓ ପାରାଦୀପରେ ୩୩.୬ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି

ତେବେ ଆଗାମୀ ୨୪ ଘଂଟା ପାଇଁ ମୟୂରଭଂଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ନୂଆପଡ଼ା, ଅନୁଗୁଳ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ସୋନପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, ଦେବଗଡ଼, ବରଗଡ଼ ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହା ସହ କୋରାପୁଟ ଓ ପୁରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆବଶ୍ୟକ ନଥିଲେ ଦିନ ୧୧ଟାରୁ ୩ଟା ମଧ୍ୟରେ ଘରୁ ବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ବାରଣ କରାଯାଇଛି।

Leave A Reply

Your email address will not be published.