ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

କଲବଲ କରୁଛି ତାତି

0

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ଲହରୀ। ବାରିପଦା ପାଲଟିଛି ଉତ୍ତପ୍ତ ସହର। ଏଠାରେ ତାପମାତ୍ରା ୪୪.୮ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ୫ଟି ସହରର ତାପମାତ୍ରା ୪୪ ଡିଗ୍ରୀ କିମ୍ୱା ତା’ଠାରୁ ଅଧିକ ରେକର୍ଡ କରାଯାଇଛି। ସୋଶାଲ୍‌ ମଇଡ଼ିଆ X ରେ ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ବାରିପଦା ତଳକୁ ଅଛି ଅନୁଗୋଳ। ଏଠାରେ ୪୪.୩ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ବୌଦ୍ଧରେ ୪୪.୧ ଡିଗ୍ରୀ, ତାଳଚେରରେ ୪୪ ଡିଗ୍ରୀ, ଭବାନୀପାଟଣାରେ ୪୪ ଡିଗ୍ରୀ, ଟିଟିଲାଗଡ଼ରେ ୪୩.୫ ଡିଗ୍ରୀ, ଢେଙ୍କାନାଳରେ ୪୩.୨ ଡିଗ୍ରୀ, ନୟାଗଡ଼ରେ ୪୩ ଡିଗ୍ରୀ, ମାଲକାନଗିରିରେ ୪୩, ବଲାଙ୍ଗିରରେ ୪୩ ଡିଗ୍ରୀ, କେନ୍ଦୁଝରରେ ୪୩ ଡିଗ୍ରୀ, ନୂଆପଡ଼ାରେ ୪୩ ଡିଗ୍ରୀ, ଝାରସୁଗୁଡ଼ାରେ ୪୨.୯ ଡିଗ୍ରୀ, ସମ୍ୱଲପୁରରେ ୪୨.୯ ଡିଗ୍ରୀ, କଟକରେ ୪୨.୫ ଡିଗ୍ରୀ, ଯାଜପୁରରେ ୪୨.୫ ଡିଗ୍ରୀ, ରାଉରକେଲାରେ ୪୨.୪ ଡିଗ୍ରୀ, କେନ୍ଦ୍ରାପଡ଼ାରେ ୪୨ ଡିଗ୍ରୀ, ଭଦ୍ରକରେ ୪୨ ଓ ସୋନପୁରରେ ତାପମାତ୍ରା ୪୧.୯ ଡିଗ୍ରୀ ରେକର୍ଡ କରାଯାଇଛି।

ତେବେ ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଏହି ମହାନଗରୀର ତାତି ଆହୁରି ଭୟଙ୍କର ହେବ। ତାପମାତ୍ରା ୪୫ ଡିଗ୍ରୀ ଅତିକ୍ରମ କରିପାରେ। ତେଣୁ କଟକ- ଭୁବନେଶ୍ୱର ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେଉଥିବାରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.