ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଟୀକାକରଣ ସପ୍ତାହ ପାଳିତ

0

ଭୁବନେଶ୍ୱର, ମଇ ୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ର ଶିଶୁରୋଗ ବିଭାଗ ଏବଂ ଇଣ୍ଡିଆନ୍ ଏକାଡେମି ଅଫ୍ ପେଡିଆଟ୍ରିକ୍ସ ଭୁବନେଶ୍ୱର ଶାଖାର ମିଳିତ ଆନୁକୂଲ୍ୟରେ ଗତ ଏପ୍ରିଲ୍ ୨୪ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ବିଶ୍ୱ ଟୀକାକରଣ ସପ୍ତାହ ୨୦୨୪ ପାଳିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମକୁ ହସ୍ପିଟାଲ୍‌ର ଶିଶୁରୋଗ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ମମତାଦେବୀ ମହାନ୍ତି ଉଦ୍‌ଘାଟନ କରିଥିବା ବେଳେ ଶିଶୁମାନଙ୍କ ଅଭିଭାବକ ମାନଙ୍କ ନିମନ୍ତେ ଓପିଡି, ଶିଶୁରୋଗ ବିଭାଗ ୱାର୍ଡ ଓ ନବଜାତ ଶିଶୁରୋଗ ବିଭାଗ ୱାର୍ଡରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯିବା ସହ ଟୀକାକରଣ କିଭଳି ଶିଶୁମାନଙ୍କୁ ବିଭିନ୍ନ ସଂକ୍ରମଣରୁ ରକ୍ଷା କରିଥାଏ ସେ ବିଷୟରେ ବୁଝାଇ ଦିଆଯାଇଥିଲା ।

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଅଣ୍ଡର ଗ୍ରାଜୁଏଟ୍ ଛାତ୍ରଛାତ୍ରୀମାନଙ୍କୁ ଉଭୟ ଶିଶୁ ଏବଂ ଅଧିକ ବୟସର ବ୍ୟକ୍ତିମାନଙ୍କ କ୍ଷେତ୍ରରେ ଟୀକା ଗ୍ରହଣ କେତେ ଗୁରୁତ୍ୱପୂର୍ଣ୍ଣ ସେ ନେଇ ସଚେତନ କରାଇବା ସହ ପୋଷ୍ଟ ଗ୍ରାଜୁଏଟ୍ ଛାତ୍ରଛାତ୍ରୀ ଓ ନର୍ସିଂ ଅଫିସରମାନଙ୍କ ମଧ୍ୟରେ ଏକ କୁଇଜ୍ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ସେହିପରି ଶିଶୁରୋଗ ବିଭାଗରେ ଇଂଟର୍ଣ୍ଣମାନଙ୍କ ମଧ୍ୟରେ ଏକ ପୋଷ୍ଟର ପ୍ରତିଯୋଗିତା ଆୟୋଜନ କରାଯାଇଥିଲା ।

ଗତ ଏପ୍ରିଲ୍ ୩୦ ତାରିଖ ଦିନ କମୁ୍‌୍ୟନିଟି ମେଡିସିନ ବିଭାଗର ସହଭାଗିତାରେ ଏକ ଆନ୍ତଃ ବିଭାଗୀୟ କର୍ମଶାଳାର ଆୟୋଜନ କରାଯାଇଥିଲା । ଏହି କର୍ମଶାଳାରେ ପ୍ରାୟ ୧୦୦ ଜଣ ଡାକ୍ତର ଓ ନର୍ସ ସାମିଲ ହୋଇଥିଲେ । ଦୁଇଟି ବିଭାଗର ଫ୍ୟାକଲ୍ଟିମାନେ ଟୀକାକରଣର ଅତ୍ୟାଧୁନିକ କାର୍ଯ୍ୟଧାରା ସମ୍ପର୍କରେ ତଥ୍ୟ ପ୍ରଦାନ କରିଥିଲେ ।

Leave A Reply

Your email address will not be published.