ପ୍ରମୁଖ ଖବର

ମିଳିବ ସୁଭଦ୍ରା ଟଙ୍କା,ମାତିଲେଣି ସାଇବର ଠକ, ସତର୍କ କଲେ ଉପମୁଖ୍ୟମନ୍ତ୍ରୀ
ଏବେ ମହଙ୍ଗା ହୋଇଛି ଖାଇବା ତେଲ, ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର
କାକଟପୁରରେ କୁଣ୍ଢେଇ ବଜାର ସାହୁ ଜୁଏଲାରୀ ମାଲିକ ନିରଞ୍ଜନ ସାହୁଙ୍କୁ ଦୁଇ ରାଉଣ୍ଡ ଗୁଳିମାଡ଼
ମଙ୍ଗଳବାର ଓଡ଼ିଶା ଆସୁଛନ୍ତି ମୋଦି, ଜନ୍ମଦିନରେ ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ
ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ
ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଦ୍ଵିତୀୟ ଥରେ ପାଇଁ ଗୁଳିମାଡ଼
ରାୟଗଡ଼ା ଜିଲ୍ଲା କେଉଟଗୁଡା ରେଳଷ୍ଟେସନ ନିକଟରେ ଭୁସ୍ଖଳନ, ଲଗାଣ ବର୍ଷାରୁ ଭୁସ୍ଖଳନ ଘଟି ରେଳ ଚଳାଚଳ ବାଧାପ୍ରାପ୍ତ

ସୋଆ ସମର୍‌କ୍ୟାମ୍ପ ଉଦ୍‌ଯାପିତ

0
  • ସ୍କୁଲ ଛାତ୍ରଛାତ୍ରୀମାନଙ୍କ ପାଇଁ ଉଦ୍ଦିଷ୍ଟ ସୋଆ ସମର୍ କ୍ୟାମ୍ପକୁ ଆହୁରି ବ୍ୟାପକ କରାଯିବ: ସୋଆ ଉପସଭାପତ

ଭୁବନେଶ୍ୱର, ୧୫/୦୫ : ଗ୍ରୀଷ୍ମକାଳୀନ ଛୁଟି ସମୟରେ ସ୍କୁଲ୍ ଛାତ୍ରଛାତ୍ରୀଙ୍କୁ କ୍ରୀଡା କ୍ଷେତ୍ରରେ ଅଧିକ ପ୍ରୋତ୍ସାହିତ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆୟୋଜିତ ହୋଇଥିବା ୧୦ ଦିନିଆ ସମର କ୍ୟାମ୍ପ ବୁଧବାର ଉଦ୍‌ଯାପିତ ହୋଇଯାଇଛି । ମେ ୬ ତାରିଖରେ ସୋଆ କ୍ୟାମ୍ପସ-୨ ସ୍ପୋର୍ଟସ୍ କମ୍ପେ୍ଲକ୍ସରେ ଏହି ସମର କ୍ୟାମ୍ପର ଶୁଭାରମ୍ଭ ହୋଇଥିବା ବେଳେ କ୍ୟାମ୍ପସ୍ ର ପାଂଚ କିଲୋମିଟର ପରିସର ମଧ୍ୟରେ ଥିବା ବିଭିନ୍ନ ସ୍କୁଲର ପଂଚମରୁ ଦଶମ ଶ୍ରେଣୀ ମଧ୍ୟରେ ଅଧ୍ୟୟନ କରୁଥିବା ପ୍ରାୟ ୧୬୦ ଜଣ ଛାତ୍ରଛାତ୍ରୀ ଏହି କ୍ୟାମ୍ପରେ ସାମିଲ୍ ହୋଇଥିଲେ ।

ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ସୋଆ ଉପସଭାପତି ଶ୍ରୀମତି ଶାଶ୍ୱତି ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। କ୍ରୀଡା ଛାତ୍ର ଜୀବନ ର ଏକ ଅଭିନ୍ନ ଅଂଗ। ଏହି ଶିବିର ପିଲାମାନଙ୍କ ପାଇଁ ନିୟମିତ ଭାବେ ଲାଭଦାୟକ ହେବ। ଆଗାମୀ ଦିନରେ ବିଶ୍ୱବିଦ୍ୟାଳୟ ତରଫରୁ ଏହି କ୍ୟାମ୍ପକୁ ଆହୁରି ବ୍ୟାପକ ଭାବେ ପରିଚାଳନା କରିବାକୁ ଚିନ୍ତା କରାଯାଉଥିବା ଶ୍ରୀମତି ଦାସ କହିଥିଲେ ।

ଦୀର୍ଘ ୪ବର୍ଷ ଧରି ଛାତ୍ରଛାତ୍ରୀ ମାନଙ୍କ ଶାରିରୀକ ଓ ବୌଦ୍ଧିକ ଉନ୍ନତି ନିମନ୍ତେ ସୋଆ ପକ୍ଷରୁ ଏହି କ୍ୟାମ୍ପ ପରିଚାଳନା କରାଯାଉଥିବା ପ୍ରକାଶ କରି ଏହି କ୍ୟାମ୍ପରେ ଭାଗ ନେଇଥିବା ଛାତ୍ରଛାତ୍ରୀ, ସେମାନଙ୍କ ଅଭିଭାବକ ଓ ବିଭିନ୍ନ ସ୍କୁଲ୍ ର ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଶ୍ରୀମତି ଦାସ ଧନ୍ୟବାଦ ଜଣାଇଥିଲେ । କ୍ୟାମ୍ପରେ ସାମିଲ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଭଲିବଲ୍‌, ବାସ୍କେଟବଲ୍‌, ଟେବୁଲ୍ ଟେନିସ, ଟେନିସ୍‌, କ୍ରିକେଟ୍‌, ଖୋଖୋ, କବାଡି ଏବଂ ଚେସ୍ ଖେଳର ପ୍ରଶିକ୍ଷଣ ଦିଆଯାଇଥିଲା । ପ୍ରଥମ ଥର ପାଇଁ ଚଳିତ ବର୍ଷ ଚେସ୍ କୁ ଏହି କ୍ୟାମ୍ପରେ ସାମିଲ କରାଯାଇଥିଲା ।

ଏହି ଅବସରରେ ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ ନିଜ ବକ୍ତବ୍ୟରେ ଆଗାମୀ ଦିନରେ ଏହି ସମର କ୍ୟାମ୍ପରେ ଛାତ୍ରଛାତ୍ରୀଙ୍କ ସଂଖ୍ୟା ୫୦୦କୁ ବୃଦ୍ଧି କରାଯିବାର ଯୋଜନା ରହିଥିବା କହିଥିଲେ । ଶିଶୁମାନଙ୍କ ମଧ୍ୟରେ ଶୃଙ୍ଖଳା ଓ ଉତମ ଅଭ୍ୟାସ ଆଣି ସମାଜକୁ ସମୃଦ୍ଧ କରିବା ହିଁ ଏହାର ଉଦ୍ଦେଶ୍ୟ ବୋଲି ସେ କହିଥିଲେ । ସୋଆର ସ୍ପୋର୍ଟସ ଅଫିସର ଶ୍ରୀମତୀ ସୁନିତା ବର୍ମା ସ୍ୱାଗତ ଭାଷଣ ଦେବା ସହ କ୍ୟାମ୍ପ ସମ୍ପର୍କିତ ତଥ୍ୟ ଉପସ୍ଥାପନ କରିଥିଲେ ଓ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ସେହିପରି ସାମିଲ ହୋଇଥିବା ସମସ୍ତ ୧୬୦ ଜଣ ଛାତ୍ରଛାତ୍ରୀଙ୍କୁ ଅତିଥି ମାନେ ମାନପତ୍ର ଓ ଉପହାର ପ୍ରଦାନ କରିଥିଲେ। ଛାତ୍ରଛାତ୍ରୀଙ୍କ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରାଯାଇଥିଲା ।

Leave A Reply

Your email address will not be published.