ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ବିଶ୍ୱ ମହୁମାଛି ଦିବସ ପାଳିତ

0

ଭୁବନେଶ୍ୱର, ୨୧ / ୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ (ଆଇଏଏସ୍‌)ର କୀଟତତ୍ୱ ବିଭାଗ ପକ୍ଷରୁ ସୋମବାର ବିଶ୍ୱ ମହୁମାଛି ଦିବସ ପାଳିତ ହୋଇଯାଇଛି। ଏହି ଦିବସରେ ମୁଖ୍ୟ ଅତିଥି ଭାବେ ଆଇଏଏସ୍‌ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ ଯୋଗ ଦେଇ କୀଟତତ୍ୱ ବିଭାଗର ଅଭିନବ ଉଦ୍ୟମକୁ ପ୍ରଶଂସା କରିବା ସହ ଏହାକୁ ମହାବିଦ୍ୟାଳୟ ରୁ ବିଶ୍ୱବିଦ୍ୟାଳୟ ସ୍ତର ପର୍ଯ୍ୟନ୍ତ ପାଳନ କରାଯାଇ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅଧିକ ସଚେତନତା ସୃଷ୍ଟି କରିବା ନିମନ୍ତେ ଆହ୍ୱାନ ଦେଇଥିଲେ ।

ଏହି ଅବସରରେ ଅନ୍ୟତମ ଅତିଥି ଭାବେ ଆଇଏଏସ୍‌ର ପ୍ରଫେସର ବିବୁଧ ପରାଶର, ପ୍ରଫେସର ପ୍ରଭାତ କୁମାର ଷଡ଼ଙ୍ଗୀ ଓ ପ୍ରଫେସର ଏସ୍‌.ଏମ୍‌.ଏ ମଣ୍ଡଳ ଯୋଗ ଦେଇ ଏହି ଦିବସର ଲକ୍ଷ୍ୟ ବିଷୟରେ ବକ୍ତବ୍ୟ ରଖିଥିଲେ । କୀଟତତ୍ୱ ବିଭାଗର ମୁଖ୍ୟ ତଥା ବରିଷ୍ଠ କୀଟତତ୍ୱବିତ୍ ପ୍ରଫେସର ବିଜୟ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଦିବସରେ ମହୁମାଛି ପାଳନ ତତ୍ୱାବଧାରକ ପ୍ରଫେସର ବ୍ରଜ କିଶୋର ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ ଡକ୍ଟର ସତ୍ୟନାରାୟଣ ଶତପଥୀ ଧନ୍ୟବାଦ ଦେଇଥିଲେ । ଡକ୍ଟର ଭୁବନାନନ୍ଦ ଅଧିକାରୀ, ଡକ୍ଟର ସ୍ୱୟମ୍ ସିଂହ, ଡକ୍ଟର ରିତେଶ ମିଶ୍ର, ଶ୍ରୀ ବିଶ୍ୱଜିତ ମିଶ୍ର, ଡକ୍ଟର ପ୍ରଜ୍ଞା ପତି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସମ୍ପୃକ୍ତ ବିଭାଗର ଗବେଷଣାରତ ଛାତ୍ରଛାତ୍ରୀଙ୍କ ସମେତ ସମସ୍ତ କର୍ମଚାରୀମାନେ ଯୋଗ ଦେଇଥିଲେ । ଏହି ଅବସରରେ ସୋଆ ଛତାବର ଗବେଷଣା କେନ୍ଦ୍ରରୁ ସଦ୍ୟ ଉତ୍ପାଦିତ ମହୁ ପ୍ରଦର୍ଶନ କରାଯାଇଥିଲା ।

Leave A Reply

Your email address will not be published.