ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

୨୪ ଘଣ୍ଟା ରେ ବଙ୍ଗୋପସାଗର ରେ ସୃଷ୍ଟି ହେବ ବାତ୍ୟା , ପଶ୍ଚିମବଙ୍ଗ – ବାଂଲାଦେଶ ମୁହାଁ

0

ଭୁବନେଶ୍ବର: ଆଜି ସକାଳେ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଡିପ୍ରେଶନ ସୃଷ୍ଟି ହୋଇଛି। ଏହା ଏବେ ଉତ୍ତର ପୂର୍ବ ଦିଗ ରେ ଅଗ୍ରସର ହେଉଛି। ଆସନ୍ତା କାଲି ସକାଳେ ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ବାତ୍ୟା ରୂପ ନେବ। ପରେ ଏହା ଉତ୍ତର ଦିଗ କୁ ଗତି କରି ଭୀଷଣ ରେ ପରିଣତ ହେବ ଏବଂ ୨୬ ତାରିଖ ରାତି ରେ ବାଂଲାଦେଶ ତତ୍ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ସାଗରଦ୍ଵିପ ଓ ଖେପୁରା ମଧ୍ୟରେ ଏକ ଭୀଷଣ ବାତ୍ୟା ଆକାର ରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ଅଛି।।

ବାତ୍ୟା ର ଯଦିଓ ପ୍ରତ୍ୟେକ୍ଷ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ତେବେ ପ୍ରଭାବ ଅନୁଭୁତ ହେବ। ବିଶେଷ କରି ଉପକୂଳ ଓ ଉତ୍ତର ଓଡ଼ିଶା ରେ ବାତ୍ୟା ର ପ୍ରଭାବ ଅନୁଭୂତ ହେବ। ୨୪- ୨୫ ତାରିଖ ଦିନ ଉପକୂଳ ଓଡ଼ିଶା ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲା ର କିଛି ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି।
୨୬-୨୭ ରେ ଉତ୍ତର ଉପକୂଳ ଓଡ଼ିଶା ର ବିଭିନ୍ନ ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ବିଶେଷ କରି ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡା ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉତ୍ତର – ଆଭ୍ୟନ୍ତର , ଉପକୂଳ ଓଡ଼ିଶା ଓ ଆଖପାଖ ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୨୫ ରାତି ରୁ ଉତ୍ତର ଉପକୂଳ ଓଡ଼ିଶା ରେ ଘଣ୍ଟା ପ୍ରତି ୫୦-୬୦କିମି ପବନ ବହିବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ରେ କୋହଲା ପାଗ ସହ ୪୦କିମି ଘଣ୍ଟା ପ୍ରତି ପବନ ବହିବାର ସମ୍ଭାବନା ରହିଛି। ଏହି ସମୟ ରେ ସମୁଦ୍ର ଅଶାନ୍ତ ରହିବା ହେତୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

ପୂର୍ବାନୁମାନ- ସାର୍ଥକ ମିଶ୍ର

Leave A Reply

Your email address will not be published.