ପ୍ରମୁଖ ଖବର

ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା ଗିରଫ
ପରଲୋକରେ ଲୋକପ୍ରିୟ ଅଭିନେତା ଅଚ୍ୟୁତ ପୋତଦାର୍
କଟକ ସହରରେ ଗଣେଶ ପୂଜା ପାଇଁ ଗାଇଡଲାଇନ ଜାରି
ଶିଶୁ ବାଟିକା ପିଲାମାନଙ୍କୁ ମିଳିବ ମାଗଣା ୟୁନିଫର୍ମ
ବନ୍ଦ ହୋଇଯିବ ଭୁବନେଶ୍ଵର-ଦୁବାଇ ବିମାନ ସେବା
ଆଳି ଏକମାଣିଆ ମଇଁଷି ମୃତ୍ୟୁ ଘଟଣା : ମିଳିବ କ୍ଷତିପୂରଣ

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ନିହତ

0

ଝାଡଖଣ୍ଡ: ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଫଳରେ ଜଣେ ମାଓବାଦୀ ନିହତ ହୋଇଥିବାବେଳେ ୩ ଜଣ ଖସିଯିବାରେ ସକ୍ଷମ ହୋଇଛନ୍ତି। ମୃତ ମାଓବାଦୀ ହେଲେ ଝାଡ଼ଖଣ୍ଡ ଖୁଣ୍ଟି ଜିଲ୍ଲା ଅଡ଼କି ଥାନା ଚାରିସିଉଦ ଗାଁର ବୁଧୁରାମ ମୁଣ୍ଡା।

ଗୁଳି ବିନିମୟ ପରେ ସୁରକ୍ଷା କର୍ମୀ ଗୋଟିଏ ୯ ଏମଏମ ପିସ୍ତଲ, ୨୦ ରାଉଣ୍ଡ ଜୀବନ୍ତ ଗୁଳି ସହ ବହୁ ମାଓବାଦୀ ସାମଗ୍ରୀ ଜବତ କରିଛନ୍ତି। ଜରେଇକେଲା ଥାନା ଅନ୍ତର୍ଗତ ବଳିଆଡ଼ିହି ଜଙ୍ଗଲରେ ଚାରି ଜଣିଆ ମାଓବାଦୀ ଦଳ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ। ମାଓବାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖି ଗୁଳି ଚଳାଇବା ପରେ ସୁରକ୍ଷାକର୍ମୀ ପାଲଟା ଆକ୍ରମଣ କରିଥିଲେ।

Leave A Reply

Your email address will not be published.