ପ୍ରମୁଖ ଖବର

ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା ଗିରଫ
ପରଲୋକରେ ଲୋକପ୍ରିୟ ଅଭିନେତା ଅଚ୍ୟୁତ ପୋତଦାର୍
କଟକ ସହରରେ ଗଣେଶ ପୂଜା ପାଇଁ ଗାଇଡଲାଇନ ଜାରି
ଶିଶୁ ବାଟିକା ପିଲାମାନଙ୍କୁ ମିଳିବ ମାଗଣା ୟୁନିଫର୍ମ
ବନ୍ଦ ହୋଇଯିବ ଭୁବନେଶ୍ଵର-ଦୁବାଇ ବିମାନ ସେବା
ଆଳି ଏକମାଣିଆ ମଇଁଷି ମୃତ୍ୟୁ ଘଟଣା : ମିଳିବ କ୍ଷତିପୂରଣ

ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ

0

କଟକ: ଆଜି ଜଣେ ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ ଘଟିଛି। କଟକ ହାଡ଼ିବନ୍ଧୁ ସ୍କୁଲ୍ ୧୧୪ ନମ୍ବର ବୁଥ୍ ର ମହିଳା ପୋଲିଂ ଅଫିସର ସୁଜାତା ମିତ୍ରଙ୍କ ମୃତ୍ୟୁ ହୋଇଛି। ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୁଚନା ଦେଇଛନ୍ତି। ଏହି ଦୁଃଖଦ ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିବା ସହ ସୁଜାତା ମିତ୍ରଙ୍କ ଶୋକସନ୍ତପ ପରିବାରବର୍ଗଙ୍କ ସମବେଦନା ଜଣାଇଛନ୍ତି। ଏହା ସହ ସେ ଅମର ଆତ୍ମାଙ୍କ ସଦ୍‌ଗତି କାମନା କରିଛନ୍ତି।

ସୁଚନାଯୋଗ୍ୟ, ଆଜି ନିର୍ବାଚନ ଡ୍ୟୁଟି ସମୟରେ ଅସୁସ୍ଥ ହୋଇ ପଡ଼ିଥିଲେ ସୁଜାତା। ତାଙ୍କୁ ଏସସିବିରେ ଭର୍ତ୍ତି କରାଯାଇଥିଲା। ତେବେ କିଛି ସମୟ ପୂର୍ବରୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସେପଟେ ସୁଜାତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅତିରିକ୍ତ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।

Leave A Reply

Your email address will not be published.