ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ସମ୍ ହସ୍ପିଟାଲ୍‌ରେ ପେଡିଆଟ୍ରିକ୍ ଗ୍ୟାଷ୍ଟ୍ରୋଏନ୍‌ଟେରୋଲୋଜି ସମ୍ପର୍କିତ କର୍ମଶାଳା ଆୟୋଜିତ

0

ଭୁବନେଶ୍ୱର, ୨୯/୦୫: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଗତ ରବିବାର ପେଡିଆଟ୍ରିକ ଗ୍ୟାଷ୍ଟ୍ରୋଏନ୍‌ଟେରୋଲୋଜି ସମ୍ପର୍କିତ ଏକ କର୍ମଶାଳା ଆୟୋଜିତ ହୋଇଯାଇଥିବା ବେଳେ ଏଥିରେ ପ୍ରାୟ ୧୫୦ ଜଣ ପ୍ରତିନିଧି ସାମିଲ ହୋଇଥିଲେ ।

କର୍ମଶାଳାରେ ଲକ୍ଷ୍ନୋ ସ୍ଥିତ ସଞ୍ଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍‌ର ବିଶିଷ୍ଟ ଗ୍ୟାଷ୍ଟ୍ରୋଏନ୍‌ଟେରୋଲୋଜିଷ୍ଟ ପ୍ରଫେସର (ଡାକ୍ତର) ଉଜ୍ଜ୍ୱଲ୍ ପୋଦାର ଏବଂ ମୁମ୍ବାଇ ସ୍ଥିତ ଏମ୍‌ଜିଏମ୍ ହସ୍ପିଟାଲ୍‌ର ପ୍ରଫେସର (ଡାକ୍ତର) ଏନ୍‌.ସି. ମହାନ୍ତି ଯୋଗ ଦେଇ ଶିଶୁମାନଙ୍କ କ୍ଷେତ୍ରରେ ମୁଖ୍ୟତଃ ଯକୃତ ଏବଂ ଗ୍ୟାଷ୍ଟ୍ରୋଇନ୍‌ଟେଷ୍ଟିନାଲ୍ ସମସ୍ୟା ସମ୍ପର୍କରେ ଆଲୋକପାତ କରିଥିଲେ ।

ସାରା ରାଜ୍ୟରୁ ବିଭିନ୍ନ ଶିଶୁରୋଗ ବିଭାଗର ଡାକ୍ତର ଓ ପୋଷ୍ଟ ଗ୍ରାଜୁଏଟ୍ ଛାତ୍ରଛାତ୍ରୀମାନେ ଯୋଗ ଦେଇ ବିଶେଷଜ୍ଞମାନଙ୍କ ସହିତ ଆଲୋଚନା କରିଥିଲେ ।
କର୍ମଶାଳାରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଶିଶୁରୋଗ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ମମତାଦେବୀ ମହାନ୍ତି, ଗ୍ୟାଷ୍ଟ୍ରୋଏନ୍‌ଟେରୋଲୋଜି ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ଗିରିଶ ପତି, ଶିଶୁରୋଗ ବିଶେଷଜ୍ଞ ପ୍ରଫେସର (ଡାକ୍ତର) ମୃତ୍ୟୁଞ୍ଜୟ ଦାଶ ଏବଂ ଶିଶୁରୋଗ ବିଭାଗର ଆସୋସିଏଟ୍ ପ୍ରଫେସର (ଡାକ୍ତର) କଳ୍ପନା ପଣ୍ଡା ଆୟୋଜନ କରିଥିଲେ । ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଏବଂ ଇଣ୍ଡିଆନ୍ ଏକାଡେମୀ ଅଫ୍ ପେଡିଆଟ୍ରିସିଆନ୍‌ସ (ଭୁବନେଶ୍ୱର ଶାଖା)ର ମିଳିତ ସହଯୋଗରେ ଏହି କର୍ମଶାଳା ଆୟୋଜନ କରାଯାଇଥିଲା ।

Leave A Reply

Your email address will not be published.