ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଗରମ, ଗୁଳୁଗୁଳି ପ୍ରଭାବ ଆଉ ୪୮ ଘଣ୍ଟା

0

ଭୁବନେଶ୍ବର: ଆସନ୍ତା ୪୮ ଘଣ୍ଟା ଯାଏଁ ଓଡ଼ିଶାରେ ଜାରି ରହିବ ଗରମ ଗୁଳୁଗୁଳି ର ପ୍ରଭାବ। ଗତକାଲି ପରି ଆଜି ମଧ୍ୟ ପଶ୍ଚିମ ଓଡ଼ିଶାର ଅନେକ ଅଞ୍ଚଳରେ ପାରଦ ୪୫ ଡିଗ୍ରି ସେଣ୍ଟିଗ୍ରେଡ୍‌ ଉପରେ ରହିବ। ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରୁ କ୍ରମାଗତ ଉଷ୍ମ ବାୟୁ ଚଳନ ଯୋଗୁଁ ଦିନ ତାପମାତ୍ରା ସ୍ଵାଭାବିକ ଠାରୁ ଅଧିକ ରହିଛି। ସେହିପରି ରାତି ତାପମାତ୍ରା ସ୍ଵାଭାବିକ ଠାରୁ ଅଧିକ ରହିଛି। ଆସନ୍ତା ୨୪ ଘଣ୍ଟା ରେ ଝାରସୁଗୁଡା, ସୋନପୁର, ବଲାଙ୍ଗୀର, ସମ୍ବଲପୁର, ସୁନ୍ଦରଗଡ଼ , ନୂଆପଡ଼ା, କଳାହାଣ୍ଡି, ବରଗଡ଼, ବୌଦ୍ଧ, କନ୍ଧମାଳ, ମାଲକାନଗିରି ଜିଲ୍ଲାରେ ଗ୍ରୀଷ୍ମ ଲହରୀ ସ୍ଥିତି ରହିବା ସହ ଉପକୂଳ ଓଡ଼ିଶାରେ ଆର୍ଦ୍ରତା ଅଧିକ ରହିବା ହେତୁ ଗୁଳୁଗୁଳି ଜାରି ରହିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ ସାର୍ଥକ ମିଶ୍ର।

ତେବେ ଅପରାହ୍ନ ପରେ ରାଜ୍ୟର ଅନେକ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ମୟୂରଭଂଜ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଭଦ୍ରକ, ପୁରୀ, ନୟାଗଡ଼, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଜିଲ୍ଲାର ଅଳ୍ପ କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ସ୍ଥାନେ ସ୍ଥାନେ ପବନ ଘଣ୍ଟାପ୍ରତି ୩୦-୪୦କିମି ବେଗରେ ବହିବା ସମ୍ଭାବନା ରହିଛି।

୩ ତାରିଖ ଠାରୁ ଗରମ ଓ ଗୁଳୁଗୁଳି ପ୍ରଭାବ ଧୀରେ ଧୀରେ କମିବ। ତେବେ ୬ ତାରିଖ ପରେ ପୁଣି ଦିନ ତାପମାତ୍ରା କ୍ରମଶଃ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

Leave A Reply

Your email address will not be published.