ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ପୁରୀ ବାଣ ବିସ୍ଫୋରଣ ଘଟଣା, ମୃତ୍ୟୁ ସଂଖ୍ୟା ୧୩ ଛୁଇଁଲା

0

ପୁୁରୀ: ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ଆଜି ଆଉ ଜଣଙ୍କର ମୃତ୍ୟୁ ହୋଇଛି। ଫଳରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଜଣେ ନାବଳକ ମଧ୍ୟ ଅଛନ୍ତି। ବିଭିନ୍ନ ମେଡିକାଲରେ ଅନ୍ୟ ୧୭ ଜଣ ଆହତଙ୍କ ଚିକିତ୍ସା ଚାଲିଛି।

ଗତ ୨୯ ତାରିଖ ରାତିରେ ଭଉଁରୀ ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପରେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି।ଏହି ବିସ୍ଫୋରଣରେ ୩୧ ରୁ ଅଧିକ ଆହତ ହୋଇଥିଲେ। ଘଟଣାରେ ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି।

Leave A Reply

Your email address will not be published.