ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ବିଧାନସଭା ଭାଙ୍ଗିଲେ ରାଜ୍ୟପାଳ

0

ଭୁବନେଶ୍ୱର: ବିଧାନ ସଭା ନିର୍ବାଚନ ଫଳାଫଳ ଆସିବାର ଗୋଟିଏ ଦିନ ପୂର୍ବରୁ ଓଡ଼ିଶା ବିଧାନସଭାକୁ ଭଙ୍ଗ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଭଙ୍ଗ ନେଇ ଆଜି ରାଜ୍ୟ କ୍ୟାବିନେଟ୍‌ ମଧ୍ୟ ସୁପାରିସ କରିଥିଲା।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି କ୍ୟାବିନେଟର ଶେଷ ବୈଠକ ଆରମ୍ଭ ହୋଇଥିଲା। ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଭର୍ଚୁଆଲ ମୋଡରେ ଯୋଗଦେଇଥିଲେ। ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି କ୍ରମେ ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କୁ ସୁପାରିସ କରାଯାଇଥିଲା।

ନିର୍ବାଚନ ଫଳାଫଳ ଘୋଷଣା ପୂର୍ବରୁ ପୁରୁଣା କ୍ୟାବିନେଟ ଭଙ୍ଗ ହୋଇଥାଏ। ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳ ନୂଆ ସରକାର ଗଢା ହେବା ପର୍ଯ୍ୟନ୍ତ କାମଚଳା ଦାୟିତ୍ୱରେ ରହିବା ପାଇଁ ପରାମର୍ଶ ଦେଇଥାନ୍ତି। ଫଳାଫଳ ଆସିବା ପରେ ସର୍ବାଧିକ ଆସନ ପାଇଥିବା ଦଳକୁ ସରକାର ଗଢିବା ପାଇଁ ରାଜ୍ୟପାଳ ଆମନ୍ତ୍ରଣ କରନ୍ତି।

Leave A Reply

Your email address will not be published.