ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

କଣ୍ଟାବାଞ୍ଜିରୁ ହାରିଲେ ନବୀନ

0

ଭୁବନେଶ୍ବର: ରାଜ୍ୟରେ କ୍ଷମତାସୀନ ବିଜେଡିକୁ ଶକ୍ତ ଧକ୍କା ଲାଗିଛି । କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରରେ ବିଜେଡି ସୁପ୍ରିମୋ ଏବଂ ବିଜେଡିର ସଭାପତି ତଥା ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ପରାସ୍ତ ହୋଇଛନ୍ତି। ଏହି ନିର୍ବାଚନ କ୍ଷେତ୍ରରେ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକଙ୍କଠାରୁ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ୩୨୮୩ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ଲକ୍ଷ୍ମଣ ବାଗଙ୍କୁ ମୋଟ ୪୪, ୪୨୪ ଖଣ୍ଡ ମିଳିଥିବାବେଳେ କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରରେ ନବୀନ ପଟ୍ଟନାୟକ ଦ୍ବିତୀୟ ସ୍ଥାନରେ ରହିଛନ୍ତି ଓ ତାଙ୍କୁ ୪୧,୧୪୧ ଖଣ୍ଡ ଭୋଟ ମିଳିଛି। ଏଠାରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂହ ସାଲୁଜା ତୃତୀୟ ସ୍ଥାନରେ ରହିଛନ୍ତି ଏବଂ ତାଙ୍କୁ ୧୪,୪୪୭ ଖଣ୍ଡ ଭୋଟ ମିଳିଛି।

Leave A Reply

Your email address will not be published.