ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଆସନ୍ତା ୯ ରେ ଶପଥ ନେଇପାରନ୍ତି ମୋଦୀ !

0

ନୂଆଦିଲ୍ଲୀ: ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ। ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦୀ। ରବିବାର ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ଶପଥ ନେବେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି। ପୂର୍ବରୁ ଜୁନ୍ ୮ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ମୋଦୀ ଶପଥ ନେବେ ବୋଲି ଚର୍ଚ୍ଚା ହେଉଥିଲା। ତେବେ ପ୍ରଧାନମନ୍ତ୍ରୀ ଭାବେ ମୋଦୀ କେବେ ଶପଥ ନେବେ ସେନେଇ ବିଧିବଦ୍ଧ ଭାବେ କୌଣସି ସୂଚନା ମିଳିନାହିଁ।

ବିଜେପି ନେତୃତ୍ୱାଧୀନ ଏନଡିଏ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ଗତକାଲି ନରେନ୍ଦ୍ର ମୋଦି ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେବା ସହ ସରକାର ଗଢିବା ନେଇ ପ୍ରସ୍ତାବ ଦେଇଥିଲେ। ରାଷ୍ଟ୍ରପତି ଇସ୍ତଫା ଗ୍ରହଣ କରିବା ସହ ନୂଆ ସରକାର ପାଇଁ ଅନୁମତି ଦେବା ପରେ ଦଳ ପକ୍ଷରୁ ଶପଥ ଉତ୍ସବ ଜୁନ୍ ୮ ନେଇ ଘୋଷଣା ହୋଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ଶନିବାର ନୁହେଁ, ରବିବାର ନରେନ୍ଦ୍ର ମୋଦି ଶପଥ ନେଇପାରନ୍ତି।

Leave A Reply

Your email address will not be published.