ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବରିଷ୍ଠ ନେତାଙ୍କୁ ଦୂରେଇ ରଖିବାରୁ ହାରିଲା ବିଜେଡି

0

ଭୁବନେଶ୍ବର: ପ୍ରଥମେ ଅରୁଣ ସାହୁ ଏବେ ଶଶୀଭୂଷଣ ବେହେରା। ବିଜେଡିର ପରାଜୟ ପରେ ଏବେ ଦଳର ଜଣେ ପରେ ଜଣେ ନେତା ମୁହଁ ଖୋଲି ଆରମ୍ଭ କରିଦେଲେଣି। ଆଜି ବରିଷ୍ଠ ନେତା ଶଶୀଭୂଷଣ ବେହେରା ବିଜେଡି ପରାଜୟକୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଦଳର ବରିଷ୍ଠ ନେତାଙ୍କୁ ନିର୍ବାଚନ ପରିଚାଳନାରୁ ଦୂରେଇ ରଖିବା ପରାଜୟର ଅନ୍ୟତମ କାରଣ। ଏହା ହିଁ ସାଧାରଣରେ ଗ୍ରହଣଯୋଗ୍ୟ ହୋଇ ନାହିଁ। ବିଧାନସଭାରେ ଏହି ଫଳାଫଳ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ନିର୍ବାଚନରେ ପରିଚାଳନାରେ ତ୍ରୁଟି ହୋଇଛି ତାହାର ସମୀକ୍ଷା ହେବ।

ସୂଚନାଯୋଗ୍ୟ,ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮ ଆସନ ପାଇ ବହୁମତ ହାସଲ କରିଛି। ବିଜେଡିକୁ କେବଳ ୫୧ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିବା ବେଳେ କଂଗ୍ରେସ ୧୪ଟି , ସ୍ବାଧୀନ ୩ଟି ଏବଂ ସିପିଆଇ(ଏମ୍‌) ଗୋଟିଏ ଆସନ ପାଇଛନ୍ତି। ୨୦୧୯ରେ ଭାଜପା ୨୩ ଆସନ ପାଇଥିବା ବେଳେ ଚଳିତ ନିର୍ବାଚନରେ ଅଧିକ ୫୫ ଆସନ ପାଇବା ଓଡ଼ିଶାରେ ପଦ୍ମର ସୁଅ ବହିଛି। ସେହିଭଳି ରାଜ୍ୟର ୨୧ ଲୋକ ସଭା ଆସନ ମଧ୍ୟରୁ ଭାଜପା ୨୦ଟି ସଂସଦୀୟ କ୍ଷେତ୍ରରେ ବିଜୟଲାଭ କରିଥିବା ବେଳେ କଂଗ୍ରେସ ଗୋଟିଏ ସିଟ୍‌ ଜିତିଛି।

Leave A Reply

Your email address will not be published.