ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ଆଜିଠୁ ଯୁକ୍ତ ଦୁଇରେ ନାମ ଲେଖା ଆବେଦନ ଆରମ୍ଭ

0

ଭୁବନେଶ୍ବର: ଯୁକ୍ତ ଦୁଇରେ ନାମଲେଖା ପାଇଁ ଆବେଦନ ଆଜିଠୁ ଆରମ୍ଭ ହେଉଛି। ଛାତ୍ରଛାତ୍ରୀମାନେ ଅନଲାଇନରେ ଆବେଦନ କରିବେ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ www.samsodisha.gov.in ପୋର୍ଟାଲରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ।

ଜୁଲାଇ ୬ ତାରିଖ ଆବେଦନର ଶେଷ ତାରିଖ ରହିଛି। ଜୁଲାଇ ୧୮ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା। ଯୋଗ୍ୟ ଛାତ୍ରଛାତ୍ରୀ ଜୁଲାଇ ୧୯ରୁ ୨୩ ତାରିଖ ଭିତରେ ନାଁ ଲେଖାଇବେ। ଏଥର ରାଜ୍ୟର ୨ ହଜାର ୧୨୧ ଯୁକ୍ତ ଦୁଇ କଲେଜର ୫ଲକ୍ଷ ୨୫ ହଜାର ୪୬୫ ସିଟରେ ନାମଲେଖା ହେବ। କଳା ବିଭାଗରେ ସର୍ବାଧିକ ୨ଲକ୍ଷ ୯୪ ହଜାର ୮୪୦ ସିଟ୍, ବିଜ୍ଞାନରେ ୧ଲକ୍ଷ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ ହଜାର ୧୦୪, ସଂସ୍କୃତରେ ୧୩ ହଜାର ୮୮ ଓ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୦ ହଜାର ୫୦୪ ସିଟରେ ନାମଲେଖା କରିବାକୁ ନିଷ୍ପତି ନିଆଯାଇଛି।

Leave A Reply

Your email address will not be published.