ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ଆଜିଠୁ ଯୁକ୍ତ ଦୁଇରେ ନାମ ଲେଖା ଆବେଦନ ଆରମ୍ଭ

0

ଭୁବନେଶ୍ବର: ଯୁକ୍ତ ଦୁଇରେ ନାମଲେଖା ପାଇଁ ଆବେଦନ ଆଜିଠୁ ଆରମ୍ଭ ହେଉଛି। ଛାତ୍ରଛାତ୍ରୀମାନେ ଅନଲାଇନରେ ଆବେଦନ କରିବେ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ www.samsodisha.gov.in ପୋର୍ଟାଲରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ।

ଜୁଲାଇ ୬ ତାରିଖ ଆବେଦନର ଶେଷ ତାରିଖ ରହିଛି। ଜୁଲାଇ ୧୮ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା। ଯୋଗ୍ୟ ଛାତ୍ରଛାତ୍ରୀ ଜୁଲାଇ ୧୯ରୁ ୨୩ ତାରିଖ ଭିତରେ ନାଁ ଲେଖାଇବେ। ଏଥର ରାଜ୍ୟର ୨ ହଜାର ୧୨୧ ଯୁକ୍ତ ଦୁଇ କଲେଜର ୫ଲକ୍ଷ ୨୫ ହଜାର ୪୬୫ ସିଟରେ ନାମଲେଖା ହେବ। କଳା ବିଭାଗରେ ସର୍ବାଧିକ ୨ଲକ୍ଷ ୯୪ ହଜାର ୮୪୦ ସିଟ୍, ବିଜ୍ଞାନରେ ୧ଲକ୍ଷ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ ହଜାର ୧୦୪, ସଂସ୍କୃତରେ ୧୩ ହଜାର ୮୮ ଓ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୦ ହଜାର ୫୦୪ ସିଟରେ ନାମଲେଖା କରିବାକୁ ନିଷ୍ପତି ନିଆଯାଇଛି।

Leave A Reply

Your email address will not be published.