ପ୍ରମୁଖ ଖବର

ଡିପିଡିପି ଆଇନକୁ ଚ୍ୟାଲେଞ୍ଜ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାତ୍ୟା ‘ଅର୍ଣ୍ଣବ’ ପାଇଁ ୨ ଦିନ ଘୁଞ୍ଚିଲା ଓସିଏସ୍‌ ମୁଖ୍ୟ ପରୀକ୍ଷା
ଗୌହାଟୀ ହୋଟେଲରେ ଗୁଳିକାଣ୍ଡ, ୫ ମୃତ; ଜଣେ ଗିରଫ
‘ଗରିବଙ୍କୁ ମତଦାନ ଅଧିକାରରୁ ବଞ୍ଚିତ କରାଯାଉଛି’, ନିର୍ବାଚନ ଆୟୋଗକୁ ଘେରିଲେ ରାହୁଲ ଗାନ୍ଧୀ
କଂଗ୍ରେସର ଭାଷା ଓ ଆଚରଣ ରାଜନୈତିକ ପତନର ସଙ୍କେତ: ଶିବରାଜ
ଟୋଲ୍‌ ପ୍ଲାଜା ପାଖରେ ରହୁଥିଲେ ବର୍ଷକୁ ମାତ୍ର ୧,୫୦୦ ଟଙ୍କାରେ ପାସ୍‌!

ଶ୍ରୀମନ୍ଦିରର ଲାଇଟ୍ ଖୋଲାଯିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ

0

ଭୁବନେଶ୍ବର: ଶ୍ରୀମନ୍ଦିରର ଆଲୋକିକରଣ ପାଇଁ ଲଗାଯାଇଥିବା ଲାଇଟ୍ ଖୋଲି ଦିଆଯିବା ଘଟଣାର ଅନୁଧ୍ୟାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ପ୍ରଦୀପ ଜେନା। ଗତ ୩ ଦିନ ହେଲା ଅନ୍ଧାର ହୋଇ ରହିଛି ଶ୍ରୀମନ୍ଦିର ଚାରିପଟ।

ଉଲ୍ଲେଖଥାଉକି; ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସହ ମନ୍ଦିରକୁ ସଂପୂର୍ଣ୍ଣ ଆଲୋକିକରଣ କରାଯାଇଥିଲା। ମନ୍ଦିର ଚାରିପାର୍ଶ୍ୱରେ ଏକାଧିକ ଲେଜର ଲାଇଟ୍ ଲଗାଯାଇଥିଲା। ଉତ୍ତର ଦ୍ୱାର, ଦକ୍ଷିଣଦ୍ୱାର, ପଶ୍ଚିମଦ୍ୱାରରେ ବକ୍ସ ଭଳି ଏକାଧିକ ସ୍ଥାନରେ ବଡ଼ ବଡ଼ ଲେଜର ଲାଇଟ୍ ସବୁ ଲାଗିଥିଲା। ଫଳରେ ମେଘନାଦ ପାଚେରିଠାରୁ ଶ୍ରୀମନ୍ଦିର ନୀଳଚକ୍ର ପର୍ଯ୍ୟନ୍ତ ସ୍ପଷ୍ଟ ଦୃଶ୍ୟମାନ ହେଉଥିଲା। ଅନ୍ଧକାରରେ ବି ଶ୍ରୀମନ୍ଦିର ସୌନ୍ଦର୍ଯ୍ୟ ଦୂରକୁ ସ୍ପଷ୍ଟ ଦୃଶ୍ୟମାନ ହେଉଥିଲା। କିନ୍ତୁ ନିର୍ବାଚନ ଫଳାଫଳ ଘୋଷଣା ପରେ ଠିକାଦାର ଲାଇଟ୍ ଖୋଲିନେଇଥିବା କୁହାଯାଉଛି।

ତେବେ ଶ୍ରୀମନ୍ଦିର ଭିତରେ କେବୁଲ ଖୋଲୁଥିବା ବେଳେ ୪ ଜଣଙ୍କୁ ସିଂହଦ୍ବାର ଥାନା ପୁଲିସ୍ ପକ୍ଷରୁ ଅଟକ ରଖାଯାଇ ପଚରାଉଚରା କରାଯାଉଛି।

Leave A Reply

Your email address will not be published.