ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଆସନ୍ତା ୧୭ ତାରିଖରେ ଖୋଲିବ ସ୍କୁଲ

0

ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ସ୍କୁଲ ଖୋଲିବା ନେଇ ସୂଚନା ଆସୁଛି। ସ୍କୁଲ ଖୋଲିବାର ଏକ ସପ୍ତାହ ପୂର୍ବରୁ ଶ୍ରେଣୀଗୃହଠାରୁ ଆରମ୍ଭ କରି ଶୌଚାଳୟ ପରିଷ୍କାର କରିବାକୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିର୍ଦ୍ଦେଶ ଅନୁଯାୟୀ, ଶ୍ରେଣୀ ଗୃହ, କ୍ୟାମ୍ପସକୁ ସଫା କରାଯିବ। ଅନାବନା ଘାସ କଟାଯିବା ସହ ପାଣି ଟାଙ୍କି ସଫା କରାଯିବ। ଶ୍ରେଣୀ ଗୃହରେ ଥିବା ସମସ୍ତ ଫର୍ଣ୍ଣିଚରକୁ ସଫା କରି ପିଲାଙ୍କ ବସିବା ପାଇଁ ଉପଯୋଗୀ କରାଯିବ।

ମଧ୍ୟାହ୍ନ ଭୋଜନ ପାଇଁ ଥିବା ରୋଷେଇ ସାମଗ୍ରୀ ଓ ଏକ୍ସପ୍ଯାରୀ ତାରିଖକୁ ଯାଞ୍ଚ କରାଯିବ। ସ୍ମାର୍ଟ କ୍ଳାସ ରୁମ୍, ଇ-ଲାଇବ୍ରେରୀକୁ ବ୍ୟବହାର ପାଇଁ ପ୍ରସ୍ତୁତ କରାଯିବ। ସ୍କୁଲ ଖୋଲିବାର ଏକ ସପ୍ତାହ ସୁଦ୍ଧା ଇଣ୍ଟରନେଟ୍ ସଂଯୋଗକୁ ନିଶ୍ଚିତ କରାଯିବ। ପାନୀୟ ଜଳ ଯୋଗାଣକୁ ଗୁରୁତ୍ବ ଦିଆଯିବ।

ସ୍କୁଲ ଖୋଲିବାର ଦିନକ ପୂର୍ବରୁ ପାଚିକା ଓ ସହାୟିକା ସ୍କୁଲ ଆସି ମଧ୍ୟାହ୍ନ ଭୋଜନ ପାଇଁ ଥିବା ସାମଗ୍ରୀର ଯାଞ୍ଚ କରିବେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନେଇ ହୋଇଥିବା ବୈଠକରେ ଏପରି ନିର୍ଦ୍ଦେଶ ଦିଆଯାଇଛି। ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ଆଗୁଆ ସ୍କୁଲ ଛୁଟି କରାଯାଇଥିଲା। ସ୍କୁଲ ପରିସର ଓ ସେଠାରେ ଥିବା ସମସ୍ତ ଉପକରଣର ଯତ୍ନ ନେବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା।

Leave A Reply

Your email address will not be published.