ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ସକ୍ରିୟ ରାଜନୀତିରୁ ସନ୍ନ୍ୟାସ ନେଲେ କାର୍ତ୍ତିକ ପାଣ୍ଡିଆନ

0

ଭୁବନେଶ୍ୱର : କାର୍ତ୍ତିକ ପାଣ୍ଡିଆନ୍‌ ଆଜି ରାଜନୀତି ଛାଡ଼ିଛନ୍ତି। ସେ ରାଜନୀତିରୁ ସନ୍ୟାସ ନେଇଥିବା ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ବିଜେଡିର ପରାଜୟ ପାଇଁ ହାତ ଯୋଡ଼ି କ୍ଷମା ମାଗିଲେ, କହିଲେ ମହାପ୍ରଭୁଙ୍କ କୃପାରୁ ଓଡ଼ିଶାବାସୀଙ୍କ ସେବା କରିବାର ସୁଯୋଗ ପାଇଥିଲି ଏବଂ ସଫଳ ହୋଇଛି। ମୋର କୌଣସି ଉଦ୍ଦେଶ୍ୟ ନଥିଲା କେବଳ ପ୍ରିୟର ନେତା ନବୀନ ପଟ୍ଟନାୟକଙ୍କୁ ସହାୟତା କରିବାକୁ ରାଜନୀତିକୁ ଆସିଥିଲି।

ସେ ଏହା ମଧ୍ୟ କହିଛନ୍ତି ନବୀନ ପଟ୍ଟନାୟକ ମୋର ଗୁରୁ। ବିଜେଡିର କୌଣସି ପଦରେ ନଥିଲି କିମ୍ବା ରାଜନୀତି ଲଢୁନଥିଲି। ରାଜ୍ୟରେ ବିଭିନ୍ନ ସ୍ଥାନରେ ଜିଲ୍ଲାପାଳ ଭାବରେ କାର୍ଯ୍ୟ କରିଛି। ମୟୁରଭଞ୍ଜ ଠାରୁ ଆରମ୍ଭ କରି ଗଞ୍ଜାମ ଜିଲ୍ଲା ପର୍ଯ୍ୟନ୍ତ କାର୍ଯ୍ୟ କରିଛି। ୧୨ ବର୍ଷ ତଳେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୋଗ ଦେଇଥିଲି। ୨୦୨୩ରେ ଆଇଏଏସ ରୁ ଅବସର ନେଇ ନଭେମ୍ବର ୨୭ରେ ରାଜନୀତିରେ ଯୋଗ ଦେଇଥିଲେ।

ସେ କହିଛନ୍ତି କରୋନା ସମୟରେ ଓଡ଼ିଶାର ପ୍ରତ୍ୟେକ ଜିଲ୍ଲା ବୁଲି ସ୍ୱାସ୍ଥ୍ୟ କେନ୍ଦ୍ରର ସମୀକ୍ଷା କରିଥିଲି ଏବଂ ବାତ୍ୟା ସମୟରେ ନବୀନ ବାବୁଙ୍କୁ ସହଯୋଗ କରିଥିଲି। ମୋ ବିରୋଧରେ ଅପପ୍ରଚାର ବିଜୁ ଜନତା ଦଳକୁ ପରାଜୟ କରିଛି। ହାତ ଯୋଡ଼ି ବିଜେଡିର କର୍ମୀମାନଙ୍କୁ କ୍ଷମା ମାଗିଲେ କାର୍ତ୍ତିକ ପାଣ୍ଡିଆନ। ରାଜନୀତିର ଏହି ଯାତ୍ରାରେ କାହାକୁ ଆଘାତ ଦେଇଥିଲେ ମୁଁ ଦୁଃଖିତ। ଭିଡ଼ିଓ ବାର୍ତ୍ତା ଜାରିକରି ଘୋଷଣା କଲେ କାର୍ତ୍ତିକ ପାଣ୍ଡିଆନ।

Leave A Reply

Your email address will not be published.