ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ସକ୍ରିୟ ରାଜନୀତିରୁ ସନ୍ନ୍ୟାସ ନେଲେ କାର୍ତ୍ତିକ ପାଣ୍ଡିଆନ

0

ଭୁବନେଶ୍ୱର : କାର୍ତ୍ତିକ ପାଣ୍ଡିଆନ୍‌ ଆଜି ରାଜନୀତି ଛାଡ଼ିଛନ୍ତି। ସେ ରାଜନୀତିରୁ ସନ୍ୟାସ ନେଇଥିବା ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ବିଜେଡିର ପରାଜୟ ପାଇଁ ହାତ ଯୋଡ଼ି କ୍ଷମା ମାଗିଲେ, କହିଲେ ମହାପ୍ରଭୁଙ୍କ କୃପାରୁ ଓଡ଼ିଶାବାସୀଙ୍କ ସେବା କରିବାର ସୁଯୋଗ ପାଇଥିଲି ଏବଂ ସଫଳ ହୋଇଛି। ମୋର କୌଣସି ଉଦ୍ଦେଶ୍ୟ ନଥିଲା କେବଳ ପ୍ରିୟର ନେତା ନବୀନ ପଟ୍ଟନାୟକଙ୍କୁ ସହାୟତା କରିବାକୁ ରାଜନୀତିକୁ ଆସିଥିଲି।

ସେ ଏହା ମଧ୍ୟ କହିଛନ୍ତି ନବୀନ ପଟ୍ଟନାୟକ ମୋର ଗୁରୁ। ବିଜେଡିର କୌଣସି ପଦରେ ନଥିଲି କିମ୍ବା ରାଜନୀତି ଲଢୁନଥିଲି। ରାଜ୍ୟରେ ବିଭିନ୍ନ ସ୍ଥାନରେ ଜିଲ୍ଲାପାଳ ଭାବରେ କାର୍ଯ୍ୟ କରିଛି। ମୟୁରଭଞ୍ଜ ଠାରୁ ଆରମ୍ଭ କରି ଗଞ୍ଜାମ ଜିଲ୍ଲା ପର୍ଯ୍ୟନ୍ତ କାର୍ଯ୍ୟ କରିଛି। ୧୨ ବର୍ଷ ତଳେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୋଗ ଦେଇଥିଲି। ୨୦୨୩ରେ ଆଇଏଏସ ରୁ ଅବସର ନେଇ ନଭେମ୍ବର ୨୭ରେ ରାଜନୀତିରେ ଯୋଗ ଦେଇଥିଲେ।

ସେ କହିଛନ୍ତି କରୋନା ସମୟରେ ଓଡ଼ିଶାର ପ୍ରତ୍ୟେକ ଜିଲ୍ଲା ବୁଲି ସ୍ୱାସ୍ଥ୍ୟ କେନ୍ଦ୍ରର ସମୀକ୍ଷା କରିଥିଲି ଏବଂ ବାତ୍ୟା ସମୟରେ ନବୀନ ବାବୁଙ୍କୁ ସହଯୋଗ କରିଥିଲି। ମୋ ବିରୋଧରେ ଅପପ୍ରଚାର ବିଜୁ ଜନତା ଦଳକୁ ପରାଜୟ କରିଛି। ହାତ ଯୋଡ଼ି ବିଜେଡିର କର୍ମୀମାନଙ୍କୁ କ୍ଷମା ମାଗିଲେ କାର୍ତ୍ତିକ ପାଣ୍ଡିଆନ। ରାଜନୀତିର ଏହି ଯାତ୍ରାରେ କାହାକୁ ଆଘାତ ଦେଇଥିଲେ ମୁଁ ଦୁଃଖିତ। ଭିଡ଼ିଓ ବାର୍ତ୍ତା ଜାରିକରି ଘୋଷଣା କଲେ କାର୍ତ୍ତିକ ପାଣ୍ଡିଆନ।

Leave A Reply

Your email address will not be published.