ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

ଭୁବନେଶ୍ବର: କିଏ ହେବ ଓଡିଶାର ମୁଖ୍ୟମନ୍ତ୍ରୀକୁ ନେଇ ଚାଲିଥିବା ଚର୍ଚ୍ଚାର ଅନ୍ତ ଘଟିଛି। ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝର ସଦର ବିଧାୟକ ମୋହନ ମାଝୀ ସେ ଆସନ୍ତାକାଲି ଅପରାହ୍ନ ୫ଟାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବୁଧବାର ମୋହନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏନେଇ ଜନତା ମଇଦାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସେହିପରି ବଲାଙ୍ଗୀରର ବିଧାୟକ କନକ ବର୍ଦ୍ଧନ ସିଂହ ଓ ନିମାପଡ଼ାର ବିଧାୟିକା ପ୍ରଭାତୀ ପରିଡ଼ା ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଏମାନେ ମଧ୍ୟ ଆସନ୍ତାକାଲି ଶପଥ ନେବେ।

ପର୍ଯ୍ୟବେକ୍ଷକ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବଙ୍କ ନେତୃତ୍ୱରେ ଭୁବନେଶ୍ୱର ସ୍ଥିତ ଭାଜପା କାର୍ଯ୍ୟାଳୟଠାରେ ବିଧାୟକ ଦଳର ବୈଠକ ବସିଥିଲା। ବୈଠକରେ ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା ଭାବେ ମୋହନ ମାଝୀ ନାଁ ଚୟନ କରାଯାଇଥିଲା। ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅପରାଜିତା ଷଡ଼ଙ୍ଗୀ, ପ୍ରତାପ ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା, ସମ୍ବିତ ପାତ୍ରଙ୍କ ସହ ତୁଙ୍ଗ ନେତା ଉପସ୍ଥିତ ଥିଲେ।

Leave A Reply

Your email address will not be published.