ପ୍ରମୁଖ ଖବର

ମିଳିବ ସୁଭଦ୍ରା ଟଙ୍କା,ମାତିଲେଣି ସାଇବର ଠକ, ସତର୍କ କଲେ ଉପମୁଖ୍ୟମନ୍ତ୍ରୀ
ଏବେ ମହଙ୍ଗା ହୋଇଛି ଖାଇବା ତେଲ, ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର
କାକଟପୁରରେ କୁଣ୍ଢେଇ ବଜାର ସାହୁ ଜୁଏଲାରୀ ମାଲିକ ନିରଞ୍ଜନ ସାହୁଙ୍କୁ ଦୁଇ ରାଉଣ୍ଡ ଗୁଳିମାଡ଼
ମଙ୍ଗଳବାର ଓଡ଼ିଶା ଆସୁଛନ୍ତି ମୋଦି, ଜନ୍ମଦିନରେ ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ
ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ
ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଦ୍ଵିତୀୟ ଥରେ ପାଇଁ ଗୁଳିମାଡ଼
ରାୟଗଡ଼ା ଜିଲ୍ଲା କେଉଟଗୁଡା ରେଳଷ୍ଟେସନ ନିକଟରେ ଭୁସ୍ଖଳନ, ଲଗାଣ ବର୍ଷାରୁ ଭୁସ୍ଖଳନ ଘଟି ରେଳ ଚଳାଚଳ ବାଧାପ୍ରାପ୍ତ

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରଜ ପିଠା ପ୍ରତିଯୋଗିତା ଆୟୋଜିତ

0

ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ପକ୍ଷରୁ ରଜ ପିଠା ପ୍ରତିଯୋଗିତା ବୁଧବାର ଆୟୋଜିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ମହିଳାମାନେ ଘରେ ପ୍ରସ୍ତୁତ କରି ବିଭିନ୍ନ ପ୍ରକାର ପିଠା ଆଣିଥିଲେ। ମୋଟ ୨୬ ଜଣ ମହିଳା ଏହି ପ୍ରତିଯୋଗିତାରେ ଭାଗ ନେଇଥିଲେ। ବିଭିନ୍ନ ପ୍ରକାରର ପୋଡପିଠା ଯେପରିକି ବୁଢା ଚକୁଳି, ଛେନାମଣ୍ଡା, ବିରି ଖୋଜ, ସୋୟାବିନ୍ ଛୁଙ୍କ ଚିତଉ, ଜାମୁକୋଳି ଚିତଉ ପିଠା, ଆମ୍ବ କାକରା, ସପୁରୀ ଚାଉଳ ପୋଡପିଠା, ତାଳ ପୋଡପିଠା, ଚାଉଳ ପୋଡପିଠା, କ୍ଷୀର ପୋଡପିଠା, ବିରି ପୋଡପିଠା, ତ୍ରିରଙ୍ଗା ପୋଡ ପିଠା, ମହୁଲ ପୋଡ ପିଠା, ଚନ୍ଦ୍ରକାନ୍ତି, ସୁଜି ସିଝା ମଣ୍ଡା ପିଠା, ପୁରଦିଆ ମଣ୍ଡା, ସୁଜି କାକରା, ଗୁଡ଼ ଓ ଚିନି ଆରିଷା, ପାଳୁଅ ମଣ୍ଡା ପିଠା, ଭୋଗେଇ, କ୍ଷୀର ଗଇଁଠା, ଜାମୁକୋଳି ମିଠା, ଜାମୁନ୍ ମଣ୍ଡା, ଜାମୁନ୍ ମୋଦକ ଭଳି ୨୪ ପ୍ରକାର ପିଠା ମହିଳାମାନେ ପ୍ରସ୍ତୁତ କରି ପରିବେଷଣ କରିଥିଲେ।

ଏହି ମହିଳାମାନଙ୍କର ରୋଷେଇ ଦକ୍ଷତାକୁ ପରଖିବା ପାଇଁ ବିଚାରକ ଭାବେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି, ଛପନ ଭୋଗର ପ୍ରତିଷ୍ଠାତା ଶ୍ରୀ ସତ୍ୟବ୍ରତ ମହାନ୍ତି, ପିପୁଲ୍ ହୋଟେଲ ଆଣ୍ଡ ରିସୋର୍ଟ ର ଡାଇକ୍ଟେର (ଅପରେସନ୍‌) ଶ୍ରୀ ସୌମ୍ୟଜିତ୍ ମଜୁମ୍‌ଦାର, ରୋଜିସ୍ କିଚେନ୍‌ର ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତି ସରୋଜା ଚୌଧୁରୀ ଓ ଶୁଭମ ଇଣ୍ଡଷ୍ଟ୍ରିସ୍‌, ଭୁବନେଶ୍ୱରର ନିର୍ଦ୍ଦେଶକ ଶ୍ରୀ ମାନସ ପଣ୍ଡା ବିଚାରକ ଭାବେ ଯୋଗ ଦେଇ ଖାଦ୍ୟର ମାନ ନିରୂପଣ କରିଥିଲେ। ଏହି ପ୍ରତିଯୋଗିତାରେ ପ୍ରତିଯୋଗୀ ମାନଙ୍କର ଖାଦ୍ୟର ସ୍ୱାଦ, ପ୍ରସ୍ତୁତି, ପରିବେଷଣ ଓ ଏହାର ଭିନ୍ନତାକୁ ନେଇ ବିଚାର କରାଯାଇଥିଲେ ।

ଏସ୍‌ଏଚ୍‌ଏମ୍ ଡିନ୍‌ର ଅଧ୍ୟକ୍ଷ ପ୍ରଫେସର ଚଇନି ସ୍ୱାଗତ ଭାଷଣ ଦେଇ ପ୍ରତିଯୋଗୀମାନଙ୍କୁ ଧନ୍ୟବାଦ ପ୍ରଦାନ କରି ସହିତ ସେମାନଙ୍କୁ ଉତ୍ସାହିତ କରିଥିଲେ ।
ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଶୁଭମ୍ ଇଣ୍ଡଷ୍ଟ୍ରିସ୍ ର ନିର୍ଦ୍ଦେଶକ ଶ୍ରୀ ପଣ୍ଡା କହିଥିଲେ ଯେ ଆମ ସଂସ୍କୃତିକୁ ଖୁବ୍ ନିଆରା ଭାବରେ ପରିପ୍ରକାଶ କରିବାର ମାଧ୍ୟମ ହେଉଛି ପିଠା ପ୍ରତିଯୋଗିତା। ଏହା କେବଳ ପ୍ରତିଯୋଗିତା ନୁହେଁ ଏହା ଆମ ଭିତରେ ଲୁକ୍କାୟିତ ଅବସ୍ଥାରେ ଥିବା ପ୍ରତିଭାକୁ ପରିପ୍ରକାଶ କରିବାର ଉପାୟ। ସମ୍ମାନିତ ଅତିଥି ଭାବେ ରୋଜିସ୍ କିଚେନ୍‌ର ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତି ଚୌଧୁରୀ କହିଥିଲେ ଯେ ନାରୀମାନେ ସ୍ୱାବଲମ୍ବୀ ହେବା ଏବଂ ସେମାନଙ୍କ ପାଖରେ ଥିବା ଲୁକ୍କାୟିତ ପ୍ରତିଭାକୁ ପ୍ରସ୍ପୁଟିତ କରିବା ଜରୁରୀ। ସେହିପରି ସମ୍ମାନିତ ଅତିଥି ଭାବେ ଛପନ ଭୋଗର ପ୍ରତିଷ୍ଠାତା ଶ୍ରୀ ମହାନ୍ତି, ପିପୁଲ୍ ହୋଟେଲ ଆଣ୍ଡ ରିସୋର୍ଟ ର ଡାଇକ୍ଟେର (ଅପରେସନ୍‌) ଶ୍ରୀ ମଜୁମଦାର ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିବା ସହିତ ଇନୋଭେଟିବ୍ ଚିନ୍ତାଧାରା ପାଇଁ ସେମାନଙ୍କର ଉଦ୍ୟମକୁ ପ୍ରଶଂସା କରିଥିଲେ।

ପ୍ରତିଯୋଗୀମାନଙ୍କ ଖାଦ୍ୟ ପ୍ରସ୍ତୁତିକୁ ନେଇ ଶ୍ରୀମତି ବୀଣା ପାଣିଗ୍ରାହୀ ପ୍ରଥମ, ଶ୍ରୀମତି ଜ୍ୟୋସ୍ନା ମିଶ୍ର ଦ୍ୱିତୀୟ ଓ ଶ୍ରୀମତି ସୁସ୍ମିତା ପରମାଣିକ ତୃତୀୟ ସ୍ଥାନ ଅଧିକାର କରିଥିଲେ। ସେହିପରି ସ୍ୱାଦରେ ଶ୍ରୀମତି ଶଶୀପ୍ରଭା ଦାସ ପ୍ରଥମ, ଶ୍ରୀମତି ସନ୍ଧ୍ୟାରାଣୀ ରଥ ଦ୍ୱିତୀୟ ଓ ଶ୍ରୀମତି ସରୋଜିନୀ ମିଶ୍ର ତୃତୀୟ ସ୍ଥାନ ଗ୍ରହଣ କରିଥିଲେ। ପ୍ରସ୍ତୁତି ଓ ବାସ୍ନାରେ ଶ୍ରୀମତି ମମତା ପାଣି ପ୍ରଥମ, ଶ୍ରୀମତି ଅରୁନ୍ଧତୀ ମିଶ୍ର ଦ୍ୱିତୀୟ ଓ ଶ୍ରୀମତି ବିଦୁଲତା ସ୍ୱାଇଁ ତୃତୀୟ ସ୍ଥାନ ଅଧିକାର କରିଥିଲେ। ପିଠାର ଭିନ୍ନତାରେ ଶ୍ରୀମତି ଯୁଗଶ୍ରୀ ବିଶୋଇଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ପ୍ରତିଯୋଗିତାରେ ଭାଗ ନେଇଥିବା ସମସ୍ତ ପ୍ରତିଯୋଗୀମାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମର ଶେଷରେ ଏସ୍‌ଏଚ୍‌ଏମ୍‌ର ଆସିଷ୍ଟାଂଟ୍ ପ୍ରଫେସର ସଂଘମିତ୍ରା ରାଉତ ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.