ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

୧୮ରେ ଖୋଲିବ ସ୍କୁଲ:ପ୍ରଥମ ଦିନରୁ ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ

0

ଭୁବନେଶ୍ବର: ରାଜ୍ୟର ସମସ୍ତ ବିଦ୍ୟାଳୟ ଆସନ୍ତା ୧୮ ତାରିଖରେ ଖୋଲିବ। ପ୍ରଥମ ଦିନରୁ ହିଁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯିବା ଲାଗି ନୂଆ ସରକାର ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଏହି ବ୍ୟବସ୍ଥା କରାଯିବାକୁ କୁହାଯାଇଛି। ଯେପରିକି କେହି ବି ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନରୁ ବଞ୍ଚିତ ନ ହୁଅନ୍ତି, ସେଥିପ୍ରତି ଧ୍ୟାନ ଦେବାକୁ ସରକାର ତାଗିଦ୍ କରିଛନ୍ତି। ସମସ୍ତ ଡିଇଓଙ୍କୁ  ପିଏମ୍ ପୋଷଣ ନୋଡାଲ୍ ଅଧିକାରୀ ଏନେଇ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଥମ ଦିନର ମଧ୍ୟାହ୍ନଭୋଜନରେ ଯେପରି କୌଣସି ପ୍ରକାର ଅବ୍ୟବସ୍ଥା ନ ହୁଏ ସେ ଦିଗରେ ଜିଲ୍ଲା ଓ ବ୍ଲକ ଶିକ୍ଷା ଅଧିକାରୀ ଏବଂ ସିଆରସିସିମାନେ ନିୟମିତ ଭାବେ ଯାଞ୍ଚ କରିବେ। ରୋଷେଇ ହେଉଥିବା ସ୍ଥାନର ସ୍ୱଚ୍ଛତା ବଜାୟ ରଖିବା ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ରହିଛି। ରୋଷେୟା-ସହାୟକ, ପାନୀୟ ଜଳ ଓ ମଧ୍ୟାହ୍ନ ଭୋଜନ ଉପାଦାନ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରିବାକୁ ଡିଇଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.