ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

୧୮ରେ ଖୋଲିବ ସ୍କୁଲ:ପ୍ରଥମ ଦିନରୁ ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ

0

ଭୁବନେଶ୍ବର: ରାଜ୍ୟର ସମସ୍ତ ବିଦ୍ୟାଳୟ ଆସନ୍ତା ୧୮ ତାରିଖରେ ଖୋଲିବ। ପ୍ରଥମ ଦିନରୁ ହିଁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯିବା ଲାଗି ନୂଆ ସରକାର ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଏହି ବ୍ୟବସ୍ଥା କରାଯିବାକୁ କୁହାଯାଇଛି। ଯେପରିକି କେହି ବି ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନରୁ ବଞ୍ଚିତ ନ ହୁଅନ୍ତି, ସେଥିପ୍ରତି ଧ୍ୟାନ ଦେବାକୁ ସରକାର ତାଗିଦ୍ କରିଛନ୍ତି। ସମସ୍ତ ଡିଇଓଙ୍କୁ  ପିଏମ୍ ପୋଷଣ ନୋଡାଲ୍ ଅଧିକାରୀ ଏନେଇ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଥମ ଦିନର ମଧ୍ୟାହ୍ନଭୋଜନରେ ଯେପରି କୌଣସି ପ୍ରକାର ଅବ୍ୟବସ୍ଥା ନ ହୁଏ ସେ ଦିଗରେ ଜିଲ୍ଲା ଓ ବ୍ଲକ ଶିକ୍ଷା ଅଧିକାରୀ ଏବଂ ସିଆରସିସିମାନେ ନିୟମିତ ଭାବେ ଯାଞ୍ଚ କରିବେ। ରୋଷେଇ ହେଉଥିବା ସ୍ଥାନର ସ୍ୱଚ୍ଛତା ବଜାୟ ରଖିବା ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ରହିଛି। ରୋଷେୟା-ସହାୟକ, ପାନୀୟ ଜଳ ଓ ମଧ୍ୟାହ୍ନ ଭୋଜନ ଉପାଦାନ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରିବାକୁ ଡିଇଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.