ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ସୁନନ୍ଦାଙ୍କ ପାଇଁ ହୃଦୟ ଖୋଲିଦେଲେ

0

ଭୁବନେଶ୍ବର;ସ୍ବନାମଧନ୍ୟା ଶାସ୍ତ୍ରୀୟ ସଂଙ୍ଗୀତଜ୍ଞ ଡଃ ସୁନନ୍ଦା ପଟ୍ଟନାୟକଙ୍କ ସ୍ମତିରେ ସୁନନ୍ଦା ସମ୍ମାନ ଏବଂ ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର୍ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଭାରତୀୟ ସଂଗୀତ ଜଗତର କିମ୍ବଦନ୍ତୀ ସଂଙ୍ଗୀତଜ୍ଞ ଡଃ ସୁନନ୍ଦା ପଟ୍ଟନାୟକଙ୍କ ସ୍ମତିରେ ଆସନ୍ତା କାଲି ସଂଧ୍ୟାରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର,ଓଡିଶା ସଂଗୀତ ନାଟକ ଏକାଡେମୀ ଏବଂ ସୂଚନା ଲୋକ ସଂର୍ପକ ବିଭାଗ ସହଯୋଗରେ ରାଜ୍ୟ ଓଡିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏକ ରାଜ୍ୟସ୍ତରୀୟ ଶୋକସଭା ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଠାରେ ଅନୁଷ୍ଠିତ ହେବ।

ତାଙ୍କ ଅମ୍ଳାନ ସ୍ମତିରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଶାସ୍ତ୍ରୀୟ ସଂଗୀତରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରତିବର୍ଷ ରାଜ୍ୟର ଜଣେ ବିଶିଷ୍ଟ ସଂଗୀତଜ୍ଞଙ୍କୁ ସୁନନ୍ଦା ସମ୍ମାନ ପ୍ରଦାନ କରାଯିବ। ଶାସ୍ତ୍ରୀୟ ସଂଗୀତରେ ଉଚ୍ଚତର ଗବେଷଣା ଓ ଶିକ୍ଷା ପାଇଁ ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟରେ ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର୍ ପ୍ରତିଷ୍ଠା କରାଯିବ।

ପୁରୀ ଓ କଟକରେ ଥିବା ତାଙ୍କ ବାସଭବନକୁ ତାଙ୍କ ପରିବାରର ଅନୁମତିକ୍ରମେ ସ୍ମତି ସଦନ ଭାବେ ବିକଶିତ କରାଯିବ। ସ୍ବର୍ଗତ ଡଃ ସୁନନ୍ଦା ପଟ୍ଟନାୟକ ଦ୍ବାରା ବ୍ୟବହୃତ ବାଦ୍ୟଯନ୍ତ୍ର ଏବଂ ଅନ୍ୟାନ୍ୟ ଜିନିଷକୁ ଉତ୍କଳ ସଂଗୀତ ମହାବିଦ୍ୟାଳୟ ପରିସ‌ରରେ ଏକ ସ୍ବତନ୍ତ୍ର ଗ୍ୟାଲେରୀରେ ସଂରକ୍ଷିତ ରଖିବା ପାଇଁ ବ୍ୟବସ୍ଥା କରାଯିବ। ତେଣୁ ସ୍ବର୍ଗତ ପଟ୍ଟନାୟକଙ୍କ ବ୍ୟବହୃତ ଜିନିଷକୁ ଦାନ କରିବା ପାଇଁ ତାଙ୍କ ପରିବାର ଲୋକଙ୍କୁ ଅନୁରୋଧ କରାଯିବ। ଓଡିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରତିବର୍ଷ ସ୍ବର୍ଗତ ସୁନନ୍ଦା ପଟ୍ଟନାୟକଙ୍କ ଜୟନ୍ତୀ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ରରେ ପାଳନ କରାଯିବ।

Leave A Reply

Your email address will not be published.