ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବାବୁଲିଙ୍କ ପାଖରେ ପହଞ୍ଚିଲେ ଡାକ୍ତରୀ ଦଳ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩୦ ହଜାର ଟଙ୍କାର ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଭଦ୍ରକ ଜିଲ୍ଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି ବାରିକ ଗତ କିଛି ବର୍ଷ ହେଲା ସେ ସ୍ନାୟୁଗତ ଜଟିଳ ରୋଗରେ ପୀଡ଼ିତ ଅଛନ୍ତି। ଗରିବ ପରିବାରର ବାବୁଲି ଅର୍ଥାଭାବରୁ ଚିକିତ୍ସିତ ହୋଇପାରୁ ନଥିଲେ। ଏ ବିଷୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟ ଗଣମାଧ୍ୟମରୁ ଅବଗତ ହେବା ପରେ ଜିଲ୍ଲା ପ୍ରଶାସନକୁ ବାବୁଲିଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ଡାକ୍ତରୀ ଦଳ ବାବୁଲିଙ୍କ ଗ୍ରାମରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି। ସ୍ୱାସ୍ଥ୍ୟ ପରୀକ୍ଷା ପରେ ପରବର୍ତ୍ତୀ ଚିକିତ୍ସା ପାଇଁ ତାଙ୍କ କଟକ ଏସ୍‌ସିବି ମେଡିକାଲକୁ ନେବା ପାଇଁ ବ୍ୟବସ୍ଥା କରାଯାଇଛି। ଜିଲ୍ଲା ପ୍ରଶାସନ ବାବୁଲିଙ୍କ ପରିବାରକୁ ସମସ୍ତ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବାକୁ ଯୋଗାଯୋଗରେ ଅଛନ୍ତି ।

Leave A Reply

Your email address will not be published.