ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଶ୍ରୀମନ୍ଦିର ଭିଡ଼ ସଂପର୍କରେ ଡିଜି ଦେଲେ ବଡ଼ ବୟାନ

0

ପୁରୀ: ଶ୍ରୀମନ୍ଦିରରେ ମାତ୍ରାଧିକ ଭିଡ଼ ଓ ଦର୍ଶନ ଅବ୍ୟବସ୍ଥା ସଂପର୍କରେ ଆଜି ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ ଆଶ୍ବାସନା ଦେଇଛନ୍ତି। ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପୁଲିସ ମହାନିର୍ଦେଶକ ଶ୍ରୀ ଷଡ଼ଙ୍ଗୀ କହିଛନ୍ତି ଯେ ପୁରୀରେ ରଥଯାତ୍ରା ପ୍ରସ୍ତୁତି ସଂକ୍ରାନ୍ତରେ ଏ ମଧ୍ୟରେ ଦୁଇଟି ବୈଠକ ଶେଷ ହୋଇସାରିଛି। ଶାନ୍ତିଶୃଙ୍ଖଳା ରକ୍ଷା ଦିଗରେ ପୁଲିସ କାର୍ଯ୍ୟକରୁଛି। ବିଶେଷକରି ପୁରୀରେ ଭିଡ଼ ନିୟନ୍ତ୍ରଣକୁ ସରକାର ଫୋକସ୍‌ରେ ରଖିଛନ୍ତି। ଚାରିଦିନ ଛୁଟି ପଡ଼ିବା କାରଣରୁ ପୁରୀରେ ଭିଡ଼ ଦେଖିବାକୁ ମିଳିଥିଲା। ଏବେ ରାଜ୍ୟ ସରକାର ଚାରିଦ୍ବାର ଖୋଲିବା ନିଷ୍ପତ୍ତି ନେବା ପରେ ଭକ୍ତଙ୍କ ପ୍ରବେଶ ଓ ପ୍ରସ୍ଥାନରେ କିଭଳି ସୁଧାର ଆସିବ, ସେ ସଂକ୍ରାନ୍ତରେ କସରତ ଆରମ୍ଭ ହୋଇଛି। ଶ୍ରୀମନ୍ଦିର ସୁରକ୍ଷା ପାଇଁ ୩୦ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ଏଡ଼ିଜି ଆଇନଶୃଙ୍ଖଳା ସଂଜୟ କୁମାର, ଗୁଇନ୍ଦା ନିର୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ଓ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ ପୁରୀ ପରିସ୍ଥିତିର ତର୍ଜମା କରି ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ମହାପ୍ରଭୁଙ୍କ ଦର୍ଶନରେ ଯାଉଥିବା ଭକ୍ତମାନେ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି ଶ୍ରୀ ଷଡ଼ଙ୍ଗୀ କହିଛନ୍ତି।

ସେପଟେ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଆଜି ଅପରାହ୍ନରେ ପୁରୀ ଯାଉଛନ୍ତି। ସେ ପରିସ୍ଥିତିର ସମୀକ୍ଷା କରିବେ।

Leave A Reply

Your email address will not be published.